ଦୈନିକ ରାଶିଫଳ: 31 ଜାନୁୟାରୀ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବା ସହ ଉଚିତପନ୍ଥା ଗ୍ରହଣ କରିବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। କର୍ମକ୍ଷେତ୍ରରେ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ହରାଇବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଘଟି ଶରୀର ସୁସ୍ଥ ରହିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ କୃତକାର୍ଯ୍ୟ ହୋଇ ଆନନ୍ଦିତ ହେବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶୁଭ ସମାଚାର ପାଇ ଖୁସି ହେବେ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ଆଶା ମୁତାବକ ଫଳ ପାଇବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସାମାଜିକ କାର୍ଯ୍ୟରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଶୁଭକାମ କରି ପ୍ରଶଂସିତ ହେବେ। ଅଚାନକ ଧନ ଲାଭ ହେବା ଯୋଗେ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ନାନାବିଧ ସୁଯୋଗ ପାଇବେ। ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଆକସ୍ମିକ ଧନ ପ୍ରାପ୍ତି ହେବ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହି ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ। ପ୍ରେମପ୍ରସଙ୍ଗ ଓ ଗୁପ୍ତସମ୍ପର୍କ ବନ୍ଧୁମାନେ ବାହାରେ ପ୍ରକାଶ କରିପାରନ୍ତି। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!