ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ସହକର୍ମୀମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ। ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ।
ବୃଷ:-ଅନେକ ସମସ୍ୟାର ସମାଧାନ ହୋଇ ମାନସିକଶାନ୍ତି ଅନୁଭବ କରିବେ। ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ରାଜନୈତିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ିମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। କାମକାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରିପାରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କନ୍ୟା:-କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି ଶାନ୍ତି ଅନୁଭବ କରିବେ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ। ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ରାଜନୀତିରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବା ଫଳରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ବିଚ୍ଛା:-ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ। ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ। ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ। ରାଜନୀତିରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳିଯିବ। ନୂଆ ଲକ୍ଷ ନିର୍ଦ୍ଧାରିତ କରି ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ପାଇଁ ପ୍ରଯତ୍ନଶୀଳ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ। ପୁରାତନ ରୋଗର ସାମାନ୍ୟ ଉପସମ ପରିଲକ୍ଷିତ ହେବ। ବ୍ୟବସାୟିକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ସ୍ଵାସ୍ଥ୍ୟରେ ଉନ୍ନତି ହେବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ ଓ ଆଧ୍ୟାତ୍ମିକ ବୌଦ୍ଧିକ କ୍ଷେତ୍ରରେ ଦୃଢତା ପ୍ରାପ୍ତ ହେବ। ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ। ଉପରିସ୍ଥ କର୍ମଚାରୀ ସହଯୋଗ ଲୋଡିବେ। ବିଦ୍ୟାର୍ଥୀମାନେ ଶୁଭ ସମାଚାର ପାଇ ଖୁସିହେବେ। ଚାକିରୀ କ୍ଷେତ୍ରରେ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ। ରାଜନୈତିକ କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
କୁମ୍ଭ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ।
ମୀନ:-ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ବ୍ୟବସାୟରେ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।