ଦୈନିକ ରାଶିଫଳ: 31 ଡିସେମ୍ବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ଜୀବନରେ ସାମାନ୍ୟ ସୁଧାର ଆସିବ। ଭୋଗବିଳାସକୁ ତୁଛମଣି ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ। ରୋଜିରୋଜଗାରର ଉଚିତ୍ ପରିସର ମିଳିବ। ଅଧିକ ପରିଶ୍ରମ କରି କିଛି ଅର୍ଥ ଲାଭ କରିବେ, କିନ୍ତୁ ଅଯଥାରେ ଖର୍ଚ୍ଚକରି ବାକୁ ପଡିପାରେ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପାରିବାରିକ ଜୀବନରେ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। କର୍ମକ୍ଷେତ୍ରରେ ଲୋକଙ୍କୁ ନିଜର କରି ପାରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପ୍ରଚୁର ଅର୍ଥ ଲାଭ ହେବା ଫଳରେ ପରିସ୍ଥିତି ବଦଳିଯିବ। ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ପରିବାର ତଥା କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଆଧ୍ୟାତ୍ମିକ ଊର୍ଜାରେ ମନ ଓତପ୍ରୋତ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଅଫିସର, ସହକର୍ମୀ ଓ ମିତ୍ରମାନେ କାମର ପ୍ରଶଂସା କରିବେ। ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଓ ସମ୍ପର୍କ ସ୍ଥାପନ ହେବ। ଅଧିକ ପରିଶ୍ରମ କରି ଅର୍ଥ ଲାଭ କରିବେ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହୋଇ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ। ନିଜର ବୁଦ୍ଧିମତା କାରଣରୁ କାମ ହାସଲ କରି ପାରିବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ସାମାଜିକ କ୍ଷେତ୍ରରେ ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ବ୍ୟବସାୟରେ ନୂତନ ଧାରା ଖୋଲି ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବା ସହ ଶାନ୍ତି ଶୃଙ୍ଖଳା ଦେଖାଦେବ। ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହୋଇ ପାରେ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଫଳରେ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ନୂତନ ବ୍ୟବସାୟଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ଆର୍ଥିକସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ ଓ ଋଣ ଭାରରୁ ମୁକ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସୁଖ ସମ୍ପତ୍ତି ଲାଭ ହୋଇ ମାନସିକ ଶାନ୍ତି ମିଳିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ। ସାମାଜିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଛାତ୍ର ଛାତ୍ରୀମାନଙ୍କର ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ଶୁଭ ସମାଚାର ପାଇ କଷ୍ଟ ଦୂର ହେବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିଲେ ହସଖୁସିରେ ସମୟ ବ୍ୟତୀତ ହେବ। ବିଦ୍ୟାର୍ଥୀଙ୍କ ପାଇଁ ଶୁଭ ସମାଚାର ମିଳିବ। କର୍ମକ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିପାରେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବା ସହ ସୁଖଶାନ୍ତି ମିଳିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶାରିରୀକ ଅସୁସ୍ଥତା ଦୂରହେବ। ଆର୍ଥିକସ୍ଥିତି ଅସନ୍ତୋଷପ୍ରଦ ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇ ହସଖୁଶିର ବାତାବରଣ ସୃଷ୍ଟି ହେବ। କୌଣସି ଠାରୁ ଶୁଭ ସମାଚାର ଶୁଣି ମାନସିକତାରେ ପରିବର୍ତ୍ତନ ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି।ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରି ପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଓ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପ୍ରେମ ସମ୍ବନ୍ଧ ଓ ସମ୍ପର୍କରେ ସୁଧାର ଆସିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ କରିବା ପାଇଁ ଚେଷ୍ଟା କରିବେ। ଭୂମି ବା ଭବନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!