ଦୈନିକ ରାଶିଫଳ: 31 ଡିସେମ୍ବର 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ସମସ୍ୟାର ସମାଧାନ ହୋଇପାରେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। ଜୀବନର ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ। କୌଣସି ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବିରୋଧୀମାନେ ସାମ୍ନାକୁ ଆସିପାରିବେ ନାହିଁ। ବନ୍ଧୁ ମିତ୍ରଙ୍କ କାର୍ଯ୍ୟରେ ଯୋଗଦେଇ ଆନନ୍ଦ ଅନୁଭବ କରିବେ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିମାନେ ଉନ୍ନତି କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଶାରୀରିକ ଅସୁସ୍ଥତା ଦୂରହେବ ଓ ଶତ୍ରୁମାନେ ପରାଜିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ସହଯୋଗୀଙ୍କ ଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଅଜ୍ଞାତ ବ୍ୟକ୍ତିଙ୍କୁ ସାକ୍ଷାତ ହେବା ଲାଭଦାୟକ ହେବ। ରାଜନୀତି କ୍ଷେତ୍ରରେ ପଦପଦବୀ ଓ ପ୍ରତିଷ୍ଠା ପ୍ରାପ୍ତି ହେବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।

ସିଂହ:-ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-ପରିବାରର ସଦସ୍ୟ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ ସୁଖସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରି ହେବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧିହେବ। ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

ତୁଳା:-ଅନେକ ପ୍ରକାର ପରିବର୍ତ୍ତନ ଆସିବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ଗୃହୋପକରଣ କ୍ରୟ କରି ପାରନ୍ତି। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ନିୟନ୍ତ୍ରଣ ମଧ୍ୟରେ ହିଁ କାମ କରିବା ଉଚିତ୍। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!