ଦୈନିକ ରାଶିଫଳ: 31 ମଇ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନେ ଦୂରେଇଯିବେ ଓ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଶ୍ରମ ସାର୍ଥକ ହେବ। ଆୟ ଉତ୍ତମ ହେବା ସହ କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ପାଇବେ। ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଏକ ସଙ୍ଗେ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରିବା ସହ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପରିବାରରେ ମାନ ମନାନ୍ତର ଦୂର ହେବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଅଶାନ୍ତିର ଝଡ ଶାନ୍ତ ହେବ। ପରିବାରର ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚାନ୍ତ ହେବେ। ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶତୃଙ୍କ ସହିତ ମୁକାବିଲା କରି ପାରିବେ। ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇବେ। ଯଶ କୀର୍ତ୍ତିରେ ଉନ୍ନତି ହେବ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟୀ ମାନଙ୍କର ସହଯୋଗ ପାଇ ମନ ଖୁସୀ ରହିବ ଓ ପ୍ରଚୁର ଲାଭ ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳହେବା ସହ ଉଚ୍ଚ ପ୍ରଶଂସା ଲାଭ କରିବେ। ଇଲୋକ୍ଟ୍ରୋନିକ୍ସ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ନୂତନ ବନ୍ଧୁଙ୍କ ଆଗମନ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଆର୍ଥିକ ଅନାଟନ ମଧ୍ୟରେ ଅଣନିଃଶ୍ଵାସୀ ମନେ କରିବେ। କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବା ଫଳରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷ, ଅପମାନରେ ଜର୍ଜରିତ ହେବେ। ପୁରାତନରୋଗ ପ୍ରକୋପରେ ଶରୀରକଷ୍ଟ ଭୋଗ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!