ଦୈନିକ ରାଶିଫଳ: 31 ମାର୍ଚ୍ଚ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ରାଜନୀତିରେ ଉନ୍ନତି ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବାସହ ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟୀ ହେବେ। ବ୍ୟବସାୟିକ ଯାତ୍ରା କରିବା ଦ୍ଵାରା ଭବିଷ୍ୟତରେ ଧନ ଲାଭ ହେବାର ସମ୍ଭାବନା ଅଛି। ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ। ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ମନରେ ଭୟ ଆଶଙ୍କା ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ। ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଶୁଭକାମ କରି ପ୍ରଶଂସିତ ହେବେ। ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। କର୍ମମୁଖରତା ଯୋଗେ ଇଛାକରି କେତେକକାର୍ଯ୍ୟ ଅଧାରେ ଅଟକି ଯାଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସାପାଇବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଶରୀର ସୁସ୍ଥ ରହିବ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରି କଷ୍ଟରୁ ମୁକ୍ତି ପାଇବେ। କୌଣସି ସମାଜିକ ଉତ୍ସବରେ ଯୋଗଦାନ କରିବେ। ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଗୃହୋପକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଶିକ୍ଷାର୍ଥୀ ମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ବ୍ୟବସାୟୀ ମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ସାଧାରଣ ବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ପରିଶ୍ରମର ସୁଫଳ ଭୋଗ କରିବାସହ ଧନ ସମ୍ପତିରେ ଘର ହସି ଉଠିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଜାଗାଜମି, ଗୃହ ଉପକରଣ କ୍ରୟ କରିବାସହ ମାନସିକ ଶାନ୍ତି ବୃଦ୍ଧି ପାଇପାରେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-ଦୁଃଖୀ ଲୋକଙ୍କୁ ସାହାରା ହେବେ ଓ ବିଦ୍ୟା କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ କର୍ମଚାରୀମାନେ ପ୍ରଶଂସିତ ହେବେ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶରୀର ସୁସ୍ଥ ରହିବାସହ ଆର୍ଥିକ ଦିଗରୁ ସୁବିଧା ପାଇବେ। ନିଜର ବୁଦ୍ଧି ଓ ବିବେକ ଦ୍ଵାରା ସମସ୍ତ ସମସ୍ୟା ସମାଧାନ କରିପାରିବେ। ଆତ୍ମବିଶ୍ଵାସ ଓ ମନବଳ ଦ୍ଵାରା ବହୁତ ଆଗକୁ ବଢି ପାରିବେ। ଉଧାର ଦେଇଥିବା ଟଙ୍କା ମିଳିଯିବ। ଭଲ କାର୍ଯ୍ୟ କରି ଆଶା ଆକାଂକ୍ଷାକୁ ପୂର୍ଣ୍ଣ କରି ପାରିବେ। କାମକାର୍ଯ୍ୟର ସ୍ଥିତି ସୁଧାର ହେବ ତେଣୁ ମନ ବହୁତ ହର୍ଷିତ ପ୍ରସନ୍ନ ଚିତ୍ତ ରହିବ। ସୁନ୍ଦର ବସ୍ତୁପ୍ରତି ଆକର୍ଷିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ। ଆପଣଙ୍କ ବିରୋଧରେ କେହି ଶତ୍ରୁ ଗୁପ୍ତ ଯୋଜନା ବା ଷଡଯନ୍ତ୍ର କରି ପାରନ୍ତି। ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ବ୍ୟବସାୟରେ କ୍ଷତି ସହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!