ଦୈନିକ ରାଶିଫଳ: 4 ଜୁନ 2025, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ମାନସିକ ଶାନ୍ତି ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଉଚ୍ଚଶିକ୍ଷା ପାଇଁ ସୁଯୋଗ ପାଇବେ।ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ପ୍ରତିଷ୍ଠାର ଅଧିକାରୀ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପାରିବାରିକ ଜୀବନରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ। ଅନ୍ୟର ପ୍ରଭାବରେ ପ୍ରଭାବିତ ହୋଇ କୌଣସି ନିଷ୍ପତ୍ତି ନେବା ଠାରୁ ଦୂରେଇ ରୁହନ୍ତୁ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ବ୍ୟବସାୟରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀ ହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସନ୍ତାନ ମାନଙ୍କ ଖୁସିରେ ଆନନ୍ଦିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶିକ୍ଷାକ୍ଷେତ୍ରରେ ସୁବିଧା ସୁଯୋଗ ପାଇ ଖୁସିହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ।ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ। ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସି ହେବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। କେତେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହୋଇ ପରାକ୍ରମ ବଢିବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ଉତ୍ସାହ ସହ କାର୍ଯ୍ୟ କରିବେ ଓ ଆଶାନୁରୂପ ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ସମସ୍ତ ପ୍ରକାର ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ ଓ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବାସହ ହସଖୁସିରେ ସମୟ ବିତାଇବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବାସହ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ନୂତନ ବସ୍ତୁ କ୍ରୟ କରି ପାରିବେ। ଗୃହବାହନ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବେ। ପ୍ରେମିକ ପ୍ରେମିକା ମାନେ ଉତ୍ସାହିତ ହେବେ। ବିଦ୍ୟା କ୍ଷେତ୍ରରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ ଉନ୍ନତି ଦେଖା ଦେବ। ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ। ସାଂସାରିକ ଜୀବନ ସୁଖମୟ ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳି ଯିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଗୃହରେ ଲାଗିଥିବା ବିବାଦ ସମାଧାନ ହୋଇ ମାଆବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!