ଦୈନିକ ରାଶିଫଳ: 4 ଜୁଲାଇ 2025, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି 4 ରାଶିଙ୍କ ଘରକୁ ହେବ ଧନର ଆଗମନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବା ସହ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟରେ ଆଶାତିତ ଲାଭ କରି ଟଙ୍କାର ଆବଶ୍ୟକତା ପୂରଣ କରି ପାରିବେ। ପରିବାରରେ ସୁଖ ଶାନ୍ତିର ବାତାବରଣ ରହିବ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯିବେ। ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରି ପାରନ୍ତି।କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବ୍ୟବସାୟିକ ସ୍ଥିତି ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ।ଶତୃଙ୍କ ଠାରୁ ସାହାଯ୍ୟ ପାଇବେ। ଅଚାନକ ଧନ ପ୍ରାପ୍ତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀ ହେବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦା ଜନକ ପରିସ୍ଥିତି ସୃଷ୍ଟି କରିବେ। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦ, ମନୋରଞ୍ଜନରେ ବ୍ୟସ୍ତ ରହିବେ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ସହ ନୂତନ ଦ୍ରବ୍ୟ କ୍ରୟ କରିବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ।

ବିଚ୍ଛା:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ରାଜନୈତିକ କ୍ଷେତ୍ରରେ ପରିଶ୍ରମର ଉଚିତ୍ ମୂଲ୍ୟ ପାଇବା ପାଇଁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ସହଯୋଗୀମାନେ ସହଯୋଗ କରିବାସହ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପରିବାରରେ ଓ କୁଟୁମ୍ବରେ କୌଣସି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ସ୍ୱାସ୍ଥ୍ୟ ଠିକ୍ ରହିବ। ରାଜନୈତିକ କ୍ଷେତ୍ରରେ ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଭାଇ ଭଉଣୀଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ। କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!