ଦୈନିକ ରାଶିଫଳ: 4 ମଇ 2025, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି 3 ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ଟଙ୍କା ପଇସା ପ୍ରତି ଅତ୍ୟନ୍ତ ସତର୍କତା ଆବଶ୍ୟକ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

କର୍କଟ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପାରିବାରିକ ଜୀବନରେ ସୁଧାର ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ।ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବ ନାହିଁ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦେଖାଦେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ସମସ୍ତକର୍ମ ବହୁତ ସହଜରେ ସମ୍ପନ୍ନ ହେବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରିବାଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି। କାରବାରରେ ସ୍ଥିତି ଠିକ୍ ରହିବ। ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ଗୃହରେ ଭାତୃବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!