ମେଷ:-ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ରାଜ ନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ବୃଷ:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହ ଅର୍ଥସଙ୍କଟରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ଅନୁଭବ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ ଓ ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତପନ୍ଥା ଗ୍ରହଣ କରିବେ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମିଥୁନ:-ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବିଦ୍ୟାରେ ଉନ୍ନତି କରିବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। କୌଣସି ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ, ନଚେତ୍ ଅସୁବିଧାରେ ପଡିପାରନ୍ତି। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। କାର୍ଯ୍ୟକ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ସାମୟିକ ଚିନ୍ତା ଦୂରହେବ। ଯାନବାହାନ କ୍ରୟ ବିକ୍ରୟ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ଶତୃ ଓ ବିରୋଧୀ ମାନେ ଦୂରେଇ ଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବିଚ୍ଛା:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା ପରୀକ୍ଷା ଆପଣଙ୍କ ସପକ୍ଷରେ ଯିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ଛାତ୍ରଛାତ୍ରୀ ମାନେ ବିଦ୍ୟାରେ ସଫଳ ହେବେ। ଆକସ୍ମିକ ଧନହାନୀ ହେତୁ ମନରେ ଦୁଃଖ ପ୍ରକାଶ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇ ମାନହାନୀର ସମ୍ଭାବନା ଅଧିକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ। ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କଥାବାର୍ତ୍ତାରେ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟୀମାନେ କାରବାରବୃଦ୍ଧି ଫଳରେ ବିଶେଷ ଲାଭବାନ୍ ହେବେ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ପରିଶ୍ରମର ମୂଲ୍ୟ ନିଶ୍ଚୟ ପାଇବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ମୀନ:-ସମ୍ପର୍କିୟ ବନ୍ଧୁଙ୍କଠାରୁ ସହଯୋଗ ପାଇବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ପୁରୁଣା ମିତ୍ରଙ୍କ ସହିତ ସାକ୍ଷାତ ହେବା ଦ୍ୱାରା ଲାଭଦାୟକ ହେବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତି କ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।