ମେଷ:-ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବିଦ୍ୟାରେ ଉନ୍ନତି ହେବା ସହ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପ୍ରତିକାର-ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଅଶାନ୍ତିର ଝଡ ଶାନ୍ତ ହେବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବା ସହ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପରାକ୍ରମ ବୃଦ୍ଧିପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂତନପନ୍ଥା ଅନୁସରଣ କରିବେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପରିଜନ ଓ ସାଧୁଜନପ୍ରିୟ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ଫଳରେ ଆୟ ବୃଦ୍ଧି ପାଇବ ଓ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଦାମ୍ପତ୍ୟ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ।ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବ। ବାଦବିବାଦ, ମାଲି ମକଦ୍ଦମାର ସମାଧାନ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପରିବାରରେ ମାନସିକ ଅଶାନ୍ତି ଦେଖାଦେବ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ଜାଗାଜମି, ଗୃହ ଉପକରଣ କ୍ରୟ ନକରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସହନଶୀଳତା ଯୋଗେ ପ୍ରଶଂସା ମିଳିବ।ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମୀନ:-ଶତୃମାନେ ପରାଜିତ ହେବେ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପ୍ରେମୀ ପ୍ରେମିକାଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତିରେ ସଫଳତା ମିଳିବ। ଆର୍ଥିକସ୍ଥିତିରେ ସୁଧାର ଆସିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।