ମେଷ:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଧନର ଆଗମନ ହୋଇପାରେ। ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେବାସହ ମାନସିକ ସ୍ଥିରତା ବୃଦ୍ଧିପାଇବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସାହାଯ୍ୟରେ ଉଚ୍ଚଆଶା ସଫଳ ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମିଥୁନ:-ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ସରକାରୀ କ୍ଷେତ୍ରରେ ଉନ୍ନତି ହେବ। ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହୋଇ ଉଚ୍ଚଆଶା ସଫଳ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କର୍କଟ:-ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।
କନ୍ୟା:-କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବକେୟା ଅର୍ଥ କିଛି ମିଳିବ। ଦାମ୍ପତ୍ୟ କଳହର ଅବସାନ ଘଟିବ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇପାରେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ଶୁଭ ସମ୍ବାଦପାଇ ଖୁସିହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। କିନ୍ତୁ ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟରେ ଆଶାତୀତ ଲାଭ ପାଇ ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥ ଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କର୍ମକ୍ଷେତ୍ରରେ ଆଗେଇବେ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର-ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମକର:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଜଣେ ଅଜଣା ବ୍ୟକ୍ତିଙ୍କ ହେତୁ କିଛି ସମସ୍ୟା ସୃଷ୍ଟି ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ପ୍ରଚୁର ଲାଭ ପାଇବେ। ରାଜନୀତିରେ ଫାଇଦା ଉଠାଇବା ସହ ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବ। ଦୂର ଯାତ୍ରାରେ ଲାଭବାନ ହେବେ। ଧନ ଲାଭର ମାର୍ଗ ଖୋଲିଯିବ ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବାସହ ସାଧାରଣ ଲୋକଙ୍କଠାରୁ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଦୂର ଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।