ଦୈନିକ ରାଶିଫଳ: 8 ଜୁନ 2025, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ଧାଁ ଦଉଡ ଓ ଅଧିକ ସଂଘର୍ଷ କରି ପ୍ରଶଂସିତ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟସୁଖ ବୃଦ୍ଧି ହେବ। ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇବାର ସୁଯୋାଗ ପାଇବେ। ଘର ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ। ଶ୍ରମ ସାର୍ଥକ ହୋଇ ପୂରାତନ ବନ୍ଧୁମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ଆର୍ଥିକ ସମସ୍ୟା ସମାଧାନ ହୋଇ ବ୍ୟବସାୟରେ ସଫଳତା ମିଳିବା ସହ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି। ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ନିର୍ମାଣଧୀନ ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଶତୃମାନେ ପରାଜିତ ହୋଇ ମିତ୍ରତାଭାବ ଆଚରଣ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାମରେ ପ୍ରଶଂସା ମିଳିବ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ରାଜନୀତିରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବାସହ ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ସରଳ ହେବ। ସ୍ଥାୟି ରୋଗୀ ମାନେ ଅଧିକ କଷ୍ଟ ଅନୁଭବ କରିବାସହ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ଦାଇତ୍ଵ ବଢିବାସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ସହଜ ସରଳରେ ନୂତନ କର୍ମ ନିଯୁକ୍ତି ପାଇବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଶିକ୍ଷାକ୍ଷେତ୍ରରେ ପ୍ରଶଂସିତ ହେବାସହ ଜୀବନସାଥୀଙ୍କ ପ୍ରତି ମନରେ ସମ୍ମାନ ଜାଗ୍ରତ ହେବ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ମକର:-ସାମାଜିକ କାମରେ ପ୍ରଶଂସା ମିଳିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ପଢ଼ାପଢ଼ିରେ ମନଯୋଗଦେଲେ ବିଦ୍ୟାରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବାସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ମନାନ୍ତର ଦୂରେଇ ଯିବ। ଗୃହରେ ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ସୁଯୋଗ ପାଇବେ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଦୂରଯାତ୍ରାରେ ସଫଳତା ମିଳିବ। ଶୁଭସୂଚନା ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!