ଦୈନିକ ରାଶିଫଳ: 8 ଜୁଲାଇ 2025, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି 3 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଆୟ ବୃଦ୍ଧି ହେବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ମନ ଲଗାଇ କାର୍ଯ୍ୟକରି ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମିଥୁନ:-ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯାଇ କାର୍ଯ୍ୟ ପୁରଣ ହେବା ଫଳରେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ନୂତନ କର୍ମପାଇଁ ଯୋଗାଯୋଗ କଲେ ସଫଳତା ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ କେତେକ ସମସ୍ୟା ଦୂର ହୋଇଯିବା ଫଳରେ ବ୍ୟବସାୟରେ ପ୍ରସାର, ପ୍ରଚାର କରିବା ସହ ନୂତନ ବ୍ୟବସାୟ ଆରମ୍ଭ କରି ଅର୍ଥ ଲାଭର ସୁଯୋଗ ପାଇବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

କର୍କଟ:-ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଛାତ୍ର ଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କ୍ୟାରିୟର ମାମଲାରେ ଧୈର୍ଯ୍ୟ ଓ ସାହସର ସହ ବୁଝି ବିଚାରି ନିର୍ଣ୍ଣୟ ନେବା ଉଚିତ। ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚାକରି ଚାଲିବେ। ମାଲିମୋକଦ୍ଦମାରେ ଉତ୍ସାହିତ ହେବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ତୁଳା:- ଶତୃମାନେ ପରାଜିତ ହେବେ। ସହକର୍ମୀମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ଟଙ୍କାର ଆବଶ୍ୟକତା ପୂରଣ କରି ପାରିବେ। ପୁରାତନ ରୋଗର ଉପସମ ହେବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଗୁରୁଜନଙ୍କ ଆଶୀର୍ବାଦ ଦ୍ଵାରା ସୁଖଭୋଗ କରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଭାଇବନ୍ଧୁ ମିତ୍ରମାନଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଦକ୍ଷତା ଅର୍ଜନ କରି ପ୍ରଶଂସିତ ହେବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପ୍ରେମପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ଧନୁ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ ପ୍ରଶଂସିତ ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ବାନ୍ଧବଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ପରିବାରରେ ଶାନ୍ତି ଦେଖା ଦେବ। ଛାତ୍ର ଛାତ୍ରୀମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଉନ୍ନତି ଲାଭ ପ୍ରାପ୍ତି ହେବ।ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ