ମେଷ:-ଅନେକ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇ ସ୍ଥିତି ସୁଧିରିଯିବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହୋଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। କୋର୍ଟ କଚେରୀରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି ସାଧାରଣବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବିଦ୍ୟାରେ ଉନ୍ନତି କରିବେ ଓ ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ବିଦେଶ ଯାତ୍ରାରେ ଯଶଲାଭହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୈତିକ କ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର:-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ମାନସିକ ଶାନ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। କର୍ମକ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ। ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ପରିବାରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଗୁରୁ ଗୁରୁଜନଙ୍କ ଠାରୁ ପ୍ରେରଣା ମିଳିବା ସହ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଆୟ ଊତ୍ତମ ସ୍ଥଳେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଧନ ଲାଭ ହେବାରୁ ମନ ଖୁସି ରହିବ। ସ୍ଥଗିତଥିବା କର୍ମଟି ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବନ୍ଧୁମିତ୍ରଙ୍କ ସମାଗମରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ଵାରା ସଫଳତା ଅର୍ଜନ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।