ଦୈନିକ ରାଶିଫଳ: 9 ସେପ୍ଟେମ୍ବର 2025, ମା’ ମଙ୍ଗଳାଙ୍କ କୃପାରୁ ଏହି 4 ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଧର୍ମକାର୍ଯ୍ୟକୁ ମନ ବଳାଇ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ। ଭ୍ରାତୃ ବିବାଦ ଦୂର ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ପ୍ରତିକାର- ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ।

ମିଥୁନ:-ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ବିଦ୍ୟାରେ ଉନ୍ନତି କରିବେ। ଭାବମୂର୍ତ୍ତି ରକ୍ଷା କରି କର୍ମକ୍ଷେତ୍ରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ।ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପୁରୁଣା ନିବେଶ ଲାଭ ଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତିହେବ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ନାନା ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାଂସାରିକ ଜୀବନ ସୁଖମୟ ହେବ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ।କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନ ରୋଗରୁ ଉପଶମ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଯଶଲାଭ ହେବ। ନୂତନ ବାହନଆଦି କ୍ରୟ କରି ପାରନ୍ତି। ସୁଯୋଗ ପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଶାରୀରିକ ଅସୁସ୍ଥତା ଦୂର ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ନୈତିକତା ଦୃଷ୍ଟିରୁ ପ୍ରଶଂସିତ ହେବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ଉଚ୍ଚ ଆଶାରେ ଆଗେଇବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ସହଯୋଗୀ ମାନେ ସହଯୋଗ କରିବା ଫଳରେ ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ଭଲ ଲାଭ ହେବ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ