ମଇ 08 ତାରିଖରୁ ମଇ 14 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବ୍ୟବସାୟ ବଢେଇବାର ପ୍ରୟାସ କରିବେ ଓ ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସନ୍ତାନଙ୍କ ଭବିଷ୍ୟତ ଚିନ୍ତାରେ ମାନସିକ ଶାନ୍ତି ପାଇବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ସହକର୍ମୀ ମାନେ କାମର ପ୍ରଶଂସା କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବା ଫଳରେ ମାନସିକ ସ୍ଥିରତା ଦେଖାଦେବ। କିନ୍ତୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ବିଦ୍ୟାର୍ଥୀ ମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ ବଢିବ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ନିଜ ଲୋକମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନକିଣି ପାରିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବନାହିଁ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ପାଇବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। ନୂତନ ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟରେ ଉନ୍ନତି ହେବାସହ ସୁ-ସମ୍ବାଦ ପାଇ ଖୁସିହେବେ। କିନ୍ତୁ ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ। ରୋଗ ଓ ଋଣର ଶୀକାର ହେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ସୃଷ୍ଟି ହୋଇପାରେ। କୌଣସି କାରଣରୁ କାମଧନ୍ଦାରେ ମନ ଲାଗିବ ନାହିଁ। କେତେକ କାର୍ଯ୍ୟ ଅଧାରେ ଅଟକି ଯାଇପାରେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ, ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରରରେ ମନୋମାଳିନ୍ୟ ଦୂରହୋଇ ସ୍ନେହସଦ୍ଭାବ ବୃଦ୍ଧି ପାଇବା ସହ ନୂତନ ସମ୍ପତ୍ତି କ୍ରୟ କରି ପାରନ୍ତି। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ। ଯେ କୌଣସି କାର୍ଯ୍ୟରେ ହାତଦେଲେ ସଫଳ ହେବେ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। କିନ୍ତୁ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ସ୍ୱାସ୍ଥ୍ୟରେ ଅବନତି ଦେଖାଦେଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଅପଦସ୍ତ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଅଭାବ-ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବାସହ ଦାମ୍ପତ୍ୟସୁଖ ବୃଦ୍ଧିହେବ। କର୍ମଚାରୀ ମାନଙ୍କୁ ବିଶ୍ୱାସ, ଭରସା କଲେ ବ୍ୟବସାୟରେ ପ୍ରବଳ ଧନଲାଭ ହେବ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ କରିବାସହ ଜନ ସମ୍ପର୍କ ବୃଦ୍ଧି ପାଇବ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି କରିବାସହ ବିଶେଷ ଲାଭବାନ୍ ହେବେ ଓ ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସହକର୍ମୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରି କର୍ମକ୍ଷେତ୍ରରେ ପଦୋନ୍ନତିିର ରାସ୍ତା ପରିଷ୍କାର କରି ପାରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ଉଚ୍ଚ ଆଶା ସଫଳହେବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବୃଦ୍ଧି ହେବ। ପିଲାଙ୍କ ପଢା ସମସ୍ୟା ନେଇ ମନ ଅସ୍ଥିର ରହିବ। କିଛିଲୋକ ଆପଣଙ୍କ ଭାଗ୍ୟକୁ ଈର୍ଷା କରି ପାରନ୍ତି। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ ଓ ବ୍ୟବସାୟରେ ଉନ୍ନତି ହୋଇ ଭଲଲାଭ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ଓ ଅଧ୍ୟୟନରେ ଲକ୍ଷ୍ୟସ୍ଥଳରେ ପହଁଞ୍ଚି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସରକାରୀ କର୍ମଚାରୀ ଙ୍କର ଅଯଥାରେ ସମୟ ନଷ୍ଟ ହେବ। ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ। ଆର୍ଥିକ ଅନାଟନ ସମସ୍ୟା ଦେଖାଦେବ। ଶତୃ ଓ ବିରୋଧୀମାନେ କ୍ଷତି କରିବା ପାଇଁ ଚେଷ୍ଟା କରି ପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଗୃହସ୍ଥ ଜୀବନ ସୁଖମୟ ହେବ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସହକର୍ମୀ ମାନଙ୍କର ସହଯୋଗ ପାଇ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମକାର୍ଯ୍ୟ କରି ପଦୋନ୍ନତି ପାଇବେ। ବିଦ୍ୟାର୍ଥୀ ମାନେ ପଢ଼ାପଢ଼ିରେ ମନଯୋଗ ନଦେଇ ଅଯଥାରେ ସମୟ ନଷ୍ଟ କଲେ ମଧ୍ୟ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ମାଲିମୋକଦ୍ଦମାରେ ବିଜୟୀହେବେ, ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। କେତେକ ବ୍ୟବସାୟୀ ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ କରି ପାରନ୍ତି। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ଆତ୍ମୀୟମାନେ ଭିତରେ ଭିତରେ ଚେର କାଟିପାରନ୍ତି। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ ଓ ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ସୁଖସୌଭାଗ୍ୟ ବୃଦ୍ଧି ହେବ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂଜାତଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ଦାୟିତ୍ଵ ବଢିବା ଯୋଗେ କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କର୍ମକ୍ଷେତ୍ରରେ ଆଗେଇବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଆର୍ଥିକସ୍ଥିତିରେ ସୁଧାର ଆସିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ସକଳ କାର୍ଯ୍ୟରେ ସଫଳ, ସୁଖ, ସମ୍ପତ୍ତି ଲାଭ, ମିଷ୍ଠାନ୍ନ ଭୋଜନପ୍ରାପ୍ତି, ଉଚ୍ଚଆଶା ପୂରଣ ହେବାସହ ବନ୍ଧୁମିତ୍ରଙ୍କର ସାହାଯ୍ୟ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ କରିବେ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଦୂରେଇ ଯିବାସହ ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ପାରିବେ। ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ରାଜନେତା ମାନଙ୍କର ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଅତ୍ୟଧିକ ଅର୍ଥ ଆୟ କରିବାଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ପରିବାର ଲୋକଙ୍କର ସମର୍ଥନ ଓ ବନ୍ଧୁ ମିତ୍ରମାନଙ୍କ ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବା ସହ ନୂଆ ଯୋଜନାରେ ସଫଳହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!