ମଇ 29 ତାରିଖରୁ ଜୁନ 04 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିରେ ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଶାରିରୀକ ସୁସ୍ଥତା ଦେଖା ଦେବ। ନୂତନ କାମ ଆରମ୍ଭ କରିପାରିବେ। ଶେୟର୍ସ, ନିବେଶ ଆଦିରେ ଲାଭ ହେବ। ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ଜଡିତ ଥିବା ଲୋକମାନଙ୍କ ପାଇଁ ସମୟ ବହୁତ ଭଲ ରହିବ। ପରିବାରର ସଦସ୍ୟଙ୍କ ସହିତ ହାସ ପରିହାସ ଓ ମନୋରଞ୍ଜନର ଆନନ୍ଦ ଉପଭୋଗ କରିବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାତୀତ ଲାଭ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ର ଛାତ୍ରୀମାନେ ଆତ୍ମନିର୍ଭର ଶୀଳତା ଶିଖିବେ। ପ୍ରଚାର ପ୍ରସାର ମାଧ୍ୟମରେ ଲୋକମାନଙ୍କ ସମ୍ନାକୁ ଆସିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାସହ ମାନସିକ ଶାନ୍ତି ମିଳିବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉତ୍ତମ ରୋଜଗାର ମିଳିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ପାଇବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ହେବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବିବହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ପାଇବା ସହ ନିଜର ଉତ୍ପାଦନର ସର୍ବୋତ୍ତମ ବ୍ରାଣ୍ଡିଂ ଏବଂ ମାର୍କେଟିଂ କରିପାରିବେ। କର୍ମକ୍ଷେତ୍ରରେ ସନ୍ତୋଷ ଲାଭ କରିବେ। ଉଧାର ଦେଇଥିବା ଟଙ୍କା ମିଳି ଯିବା ଫଳରେ ନୂତନ ଦ୍ରବ୍ୟ କ୍ରୟ କରିବେ। ଆତ୍ମନିର୍ଭରଶୀଳ ହୋଇ ପାରନ୍ତି। ନିଜ ଜୀବନ ସାଥୀଙ୍କ ନିକଟରେ କିଛି ଲୁଚାନ୍ତୁ ନାହିଁ। ଦାମ୍ପତ୍ୟ ଜୀବନରେ ଶାନ୍ତି ମିଳିବ। ପିଲାମାନଙ୍କର ଖରାପ ଅଭ୍ୟାସକୁ ଅଣଦେଖା କରନ୍ତୁ ନାହିଁ। ପ୍ରେମ ସଂପର୍କରେ ଟେନସନ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ର ରେ ପଦୋନ୍ନତି ହେବାର ସମ୍ଭାବନା ଅଛି। ନିଶ୍ଚିତ ଭାବରେ ପୁରୁଣା ବିନିଯୋଗର ଲାଭ ପାଇବେ। ପିଲାମାନେ ପ୍ରତିଯୋଗିତା ମୂଳକ ପରୀକ୍ଷା ଏବଂ କ୍ୟାରିୟର ସମ୍ବନ୍ଧୀୟ ସଫଳତା ପାଇପାରିବେ। ଦୃଢସଂକଳ୍ପ ନେଇ ନୂତନ କାର୍ଯ୍ୟ ଆରମ୍ଭ କରିବାର ଯୋଜନା ପ୍ରସ୍ତୁତ କରି ପାରିବେ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଅଧିକାରୀଙ୍କଠାରୁ ସହଯୋଗ ପାଇ ରାଜନୀତିକ୍ଷେତ୍ରରେ ଯଶକୀର୍ତ୍ତୀ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଶାରୀରିକ ସୁସ୍ଥତା ଓ ମାନସିକ ଶାନ୍ତି ପାଇବେ। କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସୁନାମ ଅର୍ଜନ କରିବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବାସହ କୃଷିଜାତଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପରିବାରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ ଓ ମଉଜ ମସ୍ତିରେ ସମୟ କଟିପାରେ। ପ୍ରେମିକ ପ୍ରେମିକାଙ୍କର ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମସ୍ୟା ସମାଧାନ ହୋଇ ବହୁତ ଭଲ ରହିବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ, ଆପଣ ସେ ବିଷୟରେ ସମ୍ପୂର୍ଣ୍ଣ ସୂଚନା ପାଇବା ଉଚିତ୍। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କୌଣସି ବରିଷ୍ଠ ରାଜନେତା ବା ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ। ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଭ୍ରମଣ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାଙ୍ଗମାନଙ୍କ ସହିତ ପାର୍ଟି କରିପାରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଛାତ୍ର ଛାତ୍ରୀମାନେ ଭଲ କାମ କରିବା ସାଙ୍ଗକୁ ନିଜ ଚେଷ୍ଟାରେ ବିଦ୍ୟା କ୍ଷେତ୍ରରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ଟେକ୍ନୋଲୋଜି ସହ ଜଡିତ କାର୍ଯ୍ୟରେ ସୁବିଧା ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ପାରିବାରିକ କ୍ଷେତ୍ରରେ ବିବହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ନିଜର ଶବ୍ଦବ୍ୟବହାର ଦ୍ୱାରା ଲୋକଙ୍କୁ ପ୍ରଭାବିତ କରି ପାରିବେ। ସନ୍ଦେହ ସଂପର୍କକୁ ପ୍ରେମ ସଂପର୍କରେ ଆସିବାକୁ ଦିଅ ନାହିଁ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ସହଜ ସରଳରେ ନୂତନ କର୍ମପ୍ରାପ୍ତି ହେବ। ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବା ଫଳରେ ନୂତନ ପ୍ରୋଜେକ୍ଟରେ କାମ ଆରମ୍ଭ କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ। ରାଜନୀତି ସହ ଜଡିତ ଲୋକମାନେ ଜନସାଧାରଣଙ୍କ ମଧ୍ୟରେ ବହୁତ ଭଲ ସମର୍ଥନ ପାଇବେ। ପ୍ରେମିକ ପ୍ରେମିକାଙ୍କ ସହିତ ଏକାକୀ ସମୟ ବିତାଇ ପାରିବେ। କଳା ଏବଂ କ୍ରୀଡା ସହିତ ଜଡିତ ଥିଲେ ପୁରସ୍କାର ପାଇପାରିବେ। କର୍ମକ୍ଷେତ୍ରରେ ସମସ୍ତ ଚିନ୍ତା ଦୂର ହେବ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। ମାଲିମୋକଦ୍ଦମାରେ ଶୁଭ ଫଳ ପାଇବେ। ମନର ଭାବ କେହି ଠିକ୍ ଭାବେ ବୁଝିପାରିବେ ନାହିଁ ତେଣୁ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରି ପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାଧାରଣ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ। ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ଆର୍ଥିକ ମାମଲା ସୁଧୁରିଯିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନୂତନ ଆୟର ଉତ୍ସ ସୃଷ୍ଟି ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜନୀତି କ୍ଷେତ୍ରରେ କର୍ମୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପରାକ୍ରମ ପ୍ରତିପତ୍ତି ବଢିବ। ବ୍ୟବସାୟ କ୍ଷେତ୍ରରେ ନୂତନ ଯୋଜନାରେ ଆଗେଇ ପାରିବେ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ବାପା, ମା, ଭାଇ, ଭଉଣୀଙ୍କ ସହ ସମ୍ବନ୍ଧ ଦୃଢିଭୁତ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। କୌଣସି ବନ୍ଧୁମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବେ। ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନେ ପ୍ରଶଂସା କରିବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

 


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!