ଦୈନିକ ରାଶିଫଳ: 28 ଜୁନ୍ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ୱାସ୍ଥ୍ୟ ଭଲ ରହିବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଭଲଲାଭ ପାଇବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ସରକାରୀ କ୍ଷେତ୍ରରେ ଅନେକକାର୍ଯ୍ୟ ସମାଧାନ ହେବ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ। ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଆୟ ବୃଦ୍ଧି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ସମସ୍ୟାକୁ ସୁଧାରି ନବା ଫଳରେ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଖାଦ୍ୟପେୟରେ ଅବହେଳା ସ୍ଵାସ୍ଥ୍ୟହାନିର କାରଣ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସବୁଥିରେ ସଫଳତା ମିଳିବାସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:-ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଆୟ ବଢିବା ଫଳରେ ଆର୍ଥିକ ସଙ୍କଟ ଦୂରେଇ ଯିବ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବାସହ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ। ମାନସିକ ଚିନ୍ତା ଦୂର ହେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଆଲୋଚନା ମାଧ୍ୟମରେ ଲାଭ ପାଇବେ। ପରିବାରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଶୁଭକାମ କରି ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ ବିଦ୍ୟାରେ ସଫଳ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯାଇ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ନୂତନ କର୍ମପାଇଁ ଯୋଗାଯୋଗ କଲେ ସଫଳତା ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟରେ ପ୍ରସାର, ପ୍ରଚାର କରିବା ସହ ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଶତୃମାନେ ମଥାନତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ବିଗିଡି ଯାଇଥିବା କାର୍ଯ୍ୟକୁ ସୁଧାରି ପାରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!