ଅଗଷ୍ଟ 14 ତାରିଖରୁ ଅଗଷ୍ଟ 20 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିଙ୍କର ବନୁଛି ଧନଲକ୍ଷ୍ମୀ ଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ବିଦ୍ୟାରେ ଉନ୍ନତି ଘଟିବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି। ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବା ସହ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ରାଶିର ଶୁଭ ରଙ୍ଗ-ନାଲି, ହଳଦୀ, କ୍ରିମ୍। ଅଶୁଭ ରଙ୍ଗ- ସବୁଜ। ରାଶିର ଶୁଭବାର-ସୋମବାର, ମଙ୍ଗଳବାର, ଗୁରୁବାର। ରାଶିର ଶୁଭ ଦେବୀ-ମା ମଙ୍ଗଳା। ରାଶିର ଶୁଭସଂଖ୍ୟା ଓ ଶୁଭତାରିଖ-୧୮। ଘାତବାର-ରବିବାର। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ ଆର୍ଥିକ ସମସ୍ୟା ଦୂର ହୋଇଯିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ରାଶିର ଶୁଭରଙ୍ଗ-ଧଳା, ସବୁଜ। ଅଶୁଭ ରଙ୍ଗ- ହଳଦୀ, କମଳା। ରାଶିର ଶୁଭବାର-ବୁଧବାର, ଶୁକ୍ରବାର। ରାଶିର ଶୁଭ ଦେବୀ-ଲକ୍ଷ୍ମୀ, କମଳା ଓ ସନ୍ତୋଷୀ ମାତା। ଶୁଭସଂଖ୍ୟା ଓ ଶୁଭତାରିଖ-୧୫। ଘାତବାର-ଶନିବାର। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ ଜନ୍ମ ହୋଇଥିବ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମିଥୁନ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ ଓ ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ସରକାରୀ କାମରେ ସଫଳତା ପାଇବା ସହ ପରିଶ୍ରମର ଉଚିତ୍ ପ୍ରାପ୍ୟମିଳିବ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବାସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଶିର ଶୁଭ ରଙ୍ଗ-ଶାଗୁଆ। ଅଶୁଭ ରଙ୍ଗ- ହଳଦୀ, କମଳା। ରାଶିର ଶୁଭବାର-ବୁଧବାର। ରାଶିର ଶୁଭ ଦେବତା- ଶ୍ରୀଗଣେଶ।ଘାତବାର-ସୋମବାର। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଯେଉଁ ମାନଙ୍କର ଯେ କୌଣସି ମାସର ୨, ୧୧, ୨୦ ଓ ୨୯ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ କର୍କଟ ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂରହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ ଓ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇପାରନ୍ତି। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ରାଶିର ଶୁଭରଙ୍ଗ-ଧଳା ଓ କ୍ରିମ। ଅଶୁଭ ରଙ୍ଗ- କିଛି ନାହିଁ। ରାଶିର ଶୁଭବାର-ସୋମବାର। ରାଶିର ଶୁଭ ଦେବତା-ଶିବ। ଶୁଭସଂଖ୍ୟା ଓ ଶୁଭତାରିଖ-୨୦। ଘାତବାର-ବୁଧବାର। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଯେଉଁ ମାନଙ୍କର ଯେ କୌଣସି ମାସର ୧, ୧୦, ୧୯ ଓ ୨୮ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ସିଂହ ରାଶିଫଳ ଦେଖନ୍ତୁ। ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ଜଟିଳ ପରିସ୍ଥିତି ଦେଖାଦେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଶୁଭ ସମାଚାର ପାଇ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ଶତୃ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ ଓ ସାମାଜିକ ପତିଆରା ଅମଳିନ ରହିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରି ପାରନ୍ତି। ରାଶିର ଶୁଭରଙ୍ଗ-କମଳା ଓ ହଳଦିଆ। ଅଶୁଭ ରଙ୍ଗ- କଳା, ନୀଳ। ରାଶିର ଶୁଭବାର-ରବିବାର, ବୁଧବାର। ରାଶିର ଶୁଭ ଦେବତା-ସୂର୍ଯ୍ୟ। ଶୁଭସଂଖ୍ୟା ଓ ଶୁଭତାରିଖ-୧୯। ଘାତବାର-ଶନିବାର। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଯେଉଁ ମାନଙ୍କର ଯେ କୌଣସି ମାସର ୫, ୧୪ ଓ ୨୩ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ କନ୍ୟାରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବାସହ ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ ବାହ୍ୟଲୋକ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରି ପାରନ୍ତି। ରାଶିର ଶୁଭରଙ୍ଗ-ଶାଗୁଆ, କମଳା। ଅଶୁଭ ରଙ୍ଗ- କୃମ୍। ରାଶିର ଶୁଭବାର-ରବିବାର, ବୁଧବାର। ରାଶିର ଶୁଭ ଦେବତା-ଶ୍ରୀ ଗେଣେଶ। ଶୁଭସଂଖ୍ୟା ଓ ଶୁଭତାରିଖ-୧୪। ଘାତବାର-ଶନିବାର। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିରୋଧୀମାନେ ଦୂରେଇ ଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ। ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ ଓ ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ପାରିବାରିକ ଦ୍ୱାୟିତ୍ୱ ବୃଦ୍ଧି ହେବା ଫଳରେ ମନ ଅଶାନ୍ତ ରହିବ। ରାଶିର ଶୁଭରଙ୍ଗ-ଧଳା। ଅଶୁଭରଙ୍ଗ- ହଳଦୀ, କମଳା। ରାଶିର ଶୁଭବାର-ଶୁକ୍ରବାର। ରାଶିର ଶୁଭ ଦେବତା-କୁବେର। ରାଶିର ଶୁଭ ଦେବୀ-ସନ୍ତୋଷି ମା। ଶୁଭସଂଖ୍ୟା ଓ ଶୁଭତାରିଖ-୧୫। ଘାତବାର-ଗୁରୁବାର। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବାସହ କେତେକ ମୁଲ୍ୟବାନ ଦ୍ରବ୍ୟକ୍ରୟ କରିବେ। ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁ ରଖି ପାରନ୍ତି। ସ୍ଵାସ୍ଥ୍ୟରେ ସୁଧାର ଆସିବା ସହ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବାପାଇଁ ଯୋଗାଯୋଗ କରିପାରନ୍ତି। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇ ପାରନ୍ତି। ଶତୃମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତପନ୍ଥା ଗ୍ରହଣ କରିବେ। ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ। ରାଶିର ଶୁଭରଙ୍ଗ-ନାଲି। ଅଶୁଭରଙ୍ଗ-ସବୁଜ। ରାଶିର ଶୁଭବାର-ମଙ୍ଗଳବାର। ରାଶିର ଶୁଭ ଦେବତା- ହନୁମାନ। ରାଶିର ଶୁଭ ଦେବୀ-ମା ମଙ୍ଗଳା। ଶୁଭସଂଖ୍ୟା ଓ ଶୁଭତାରିଖ-୧୮। ଘାତବାର-ଶୁକ୍ରବାର। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ ଓ ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇ ପାରନ୍ତି। ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପାରେ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବାସହ ନୂତନ କର୍ମ ନିଯୁକ୍ତିରେ ସଫଳହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଗୁରୁଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। କ୍ରୋଧ ନିୟନ୍ତ୍ରଣ କରି ଧୈଯ୍ୟର ସହ କାର୍ଯ୍ୟ କରନ୍ତୁ। ଆପଣଙ୍କ ରାଶିର ଶୁଭରଙ୍ଗ-ହଳଦିଆ ଓ ମିଶାରଙ୍ଗ। ରାଶିର ଶୁଭବାର-ଗୁରୁବାର। ରାଶିର ଶୁଭ ଦେବତା-ବିଷ୍ଣୁ। ରାଶିର ଶୁଭ ଦେବୀ-ଉଗ୍ରତାରା, ତାରାତାରିଣୀ। ଶୁଭସଂଖ୍ୟା ଓ ଶୁଭତାରିଖ-୧୬ । ଘାତବାର- ଶୁକ୍ରବାର। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ ଜନ୍ମ ହୋଇଥିବ ତେବେ ସେମାନେ ଅଙ୍କ ଜ୍ୟୋତିଷ ହିସାବରେ ମକର ରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବାସହ ପ୍ରଶଂସିତ ହେବେ। ଉନ୍ନତି ମୂଳକ ପଦକ୍ଷେପ ନେଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଜନସେବାରେ ନିଜକୁ ନିୟୋଜିତ କରି ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଫଳରେ ଉପରିସ୍ଥଙ୍କ କୃପାଭାଜନ ହେବେ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରିବା ପାଇଁ ଚେଷ୍ଟା କରନ୍ତୁ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପୁରୁଣା ସମ୍ପର୍କରେ ତିକ୍ତତା ଆସିବ ଓ ବିଳାସ ବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। କିନ୍ତୁ ସତର୍କତା ଅବଲମ୍ବନ ନକଲେ ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ରାଶିର ଶୁଭରଙ୍ଗ-ନୀଳ, ଆକାଶିଆ, କଳା। ଅଶୁଭରଙ୍ଗ- କମଳା। ରାଶିର ଶୁଭବାର-ଶନିବାର। ରାଶିର ଶୁଭ ଦେବତା-ଶନିଦେବ ଓ ଶିବଭଗବାନ। ରାଶିର ଶୁଭ ଦେବୀ-କାଳୀ। ଶୁଭସଂଖ୍ୟା ଓ ଶୁଭତାରିଖ-୧୭। ଘାତବାର- ମଙ୍ଗଳବାର। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ରୋଜଗାର ସମସ୍ୟା ସୁଧୁରି ଯାଇ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ରୂପରେ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହୋଇ ପ୍ରଶଂସା ପାଇବେ। ଶୁଭ ସମାଚାର ଶୁଣି ଖୁସିହେବେ ଓ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ବିଶେଷ ଧୈର୍ଯ୍ୟଧରୀ ଓ ପରିଶ୍ରମୀ ନ ହେଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ରାଶିର ଶୁଭରଙ୍ଗ-ନୀଳ, ଆକାଶିଆ, କଳା। ଶୁଭରଙ୍ଗ- ନାଲି ଓ କମଳା। ରାଶିର ଶୁଭବାର-ଶୁକ୍ରବାର, ଶନିବାର। ରାଶିର ଶୁଭ ଦେବତା-ଶନିଦେବ ଓ ଶିବଭଗବାନ। ରାଶିର ଶୁଭ ଦେବୀ-ମା ଦକ୍ଷିଣକାଳୀ। ଶୁଭସଂଖ୍ୟା ଓ ଶୁଭତାରିଖ-୧୭। ଘାତବାର-ଗୁରୁବାର। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ ଜନ୍ମ ହୋଇଥିବ ସେମାନେ ମୀନରାଶିଫଳ ଦେଖନ୍ତୁ। ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। କର୍ମଚାରୀ ମାନଙ୍କ ସହଯୋଗ ଯୋଗୁ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ସାଧୁ ଓ ସଚ୍ଚୋଟ ଭାବେ କାର୍ଯ୍ୟ ତୁଲାଇବାରୁ ସମ୍ମାନର ଅଧିକାରୀ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ତ୍ତବ୍ୟ ପରାୟଣତା ପ୍ରଦର୍ଶନ କରି ଉପରିସ୍ଥଙ୍କ ଶ୍ରଦ୍ଧାର ପାତ୍ର ହେବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ରାଶିର ଶୁଭରଙ୍ଗ-ହଳଦିଆ। ଅଶୁଭରଙ୍ଗ-ସବୁଜ। ରାଶିର ଶୁଭବାର-ରବିବାର, ଗୁରୁବାର। ରାଶିର ଶୁଭଦେବତା-ବିଷ୍ଣୁ। ରାଶିର ଶୁଭଦେବୀ-ତାରିଣୀ। ଘାତବାର-ଶୁକ୍ରବାର। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!