କର୍କଟ ରାଶିରୁ ସିଂହ ରାଶିକୁ ରବି ସଂକ୍ରମଣ, କଣ ରହିବା 12ଟି ରାଶି ଉପରେ ଏହାର ପ୍ରଭାବ ?

ଶେୟାର କରନ୍ତୁ ଅନ୍ୟମାନକ ସହିତ

୧୭/୮/ ୨୦୨୩ ମସିହା ଗୁରୁବାରଦିନ କର୍କଟ ରାଶିରୁ ସିଂହ ରାଶିକୁ ରବି ସଂକ୍ରମଣ କରିବେ। ଚନ୍ଦ୍ର ମନର ଅଧିଷ୍ଠାତା ହୋଇଥିବାରୁ ଚନ୍ଦ୍ରସ୍ଥିତି ରାଶିଠାରୁ ସମସ୍ତ ଗ୍ରହମାନଙ୍କର ଗୋଚରଫଳ ବିବେଚନା କରିବାକୁ ପଡିଥାଏ। ରବିଗ୍ରହ ଯଦି ଗୋଚରରେ ଶୁଭରେ ରହିଥାନ୍ତି ତେବେ ଶୁଭଫଳ ପ୍ରଦାନ କରି ଥାନ୍ତି। ଯଦି ଅଶୁଭରେ ସ୍ଥିତ ହୋଇଥାନ୍ତି ତେବେ ଶୁଭଫଳମିଳେ ନାହିଁ। ରବି ସିଂହରାଶିକୁ ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି ଆପଣ ମାନଙ୍କର, କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା-

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ମେଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପଞ୍ଚମଭାବ ବା ସନ୍ତାନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ। ଜନ ସମ୍ପର୍କ ବୃଦ୍ଧି ପାଇବ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବକେୟା ଅର୍ଥ କିଛି ମିଳିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ। ବିଦ୍ୟାର୍ଥିମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନକର୍ମ ନିଯୁକ୍ତି ପାଇବେ। କାର୍ଯ୍ୟର ପ୍ରଗତିପାଇଁ ସମସ୍ତପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହେବ। ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-ବୃଷରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଚତୁର୍ଥ ଭାବରେ ବା ସୁଖ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ସାଧାରଣ ଦିନଚର୍ଯ୍ୟାରେ ଅତୁଟ ରହିବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ମିଥୁନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ତୃତୀୟ ଭାବରେ ବା ବିକ୍ରମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଦେହମନ ଭଲ ରହିବ ଓ ଶାନ୍ତି ପାଇବେ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-କର୍କଟରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଦ୍ଵିତୀୟ ଭାବରେ ବା ଧନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ଅଚାନକ ଭାବରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସିଂହରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ପ୍ରଥମ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରି ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ପାରିବାରିକ ଜୀବନରେ ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଶାନ୍ତି ଅନୁଭବ କରିବା ସହ ମାନ ସମ୍ମାନ ବୃଦ୍ଧି ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କନ୍ୟାରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ବ୍ୟୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସାମାଜିକ କାର୍ଯ୍ୟରେ ଭାଗ ନେବେ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ। ସତର୍କ ରହିବା ଦ୍ଵାରା ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ। କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ। ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବ। ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟୀ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବ। ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରୋଜଗାରରେ ଉନ୍ନତି ହେବ। ଜନ ସମ୍ପର୍କ ସୁଦୃଢ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ତୁଳାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଏକାଦଶ ଭାବରେ ବା ଲାଭଭାବରେ ଅବସ୍ଥାନ କରିବେ। ଯାହାଫଳରେ ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ। ଶତୃମାନେ ଦୂର ହେବେ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ। ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ବିଚ୍ଛାରାଶି ଜାତ ଆବାଳ ବୃଦ୍ଧବନିତାଙ୍କର ଯାହାଫଳରେ ରବି ମହାଗ୍ରହ ଗୋଚରରେ ଦଶମଭାବରେ ବା କର୍ମଭାବରେ ଅବସ୍ଥାନ କରିବେ। ନାନା ବାଟରେ ଧନାଗମ ଘଟିବ। ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସୁସ୍ଥପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଧନୁରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ନବମ ଭାବରେ ଭାଗ୍ୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ମକରରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଅଷ୍ଟମ ଭାବରେ ବା ନିଧନ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ପରିବାରରେ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କୌଣସି ପ୍ରିୟ ଜିନିଷକୁ ହରେଈ ବସିବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ସାମାଜିକ ସ୍ତରରେ ଖ୍ୟାତି ହେବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-କୁମ୍ଭରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ସପ୍ତମ ଭାବରେ ବା ଜାୟା, ବ୍ୟବସାୟ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ।କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ଓ ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ମୀନରାଶିଜାତ ଆବାଳ ବୃଦ୍ଧବନିତାଙ୍କର ରବି ମହାଗ୍ରହ ଗୋଚରରେ ଷଷ୍ଠଭାବରେ ବା ରୋଗ, ରୁଣ, ଶତ୍ରୁ ଭାବରେ ଅବସ୍ଥାନ କରିବେ। ଯାହାଫଳରେ ସମୟ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମୀୟ ଶତ୍ରୁତା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଗୃହ, ଜମି କିମ୍ବା ପାରିବାରିକ ସମସ୍ୟାର ସମାଧାନରେ ସଫଳତା ଅର୍ଜନ ତଥା ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ନୂତନକର୍ମ ମଧ୍ୟ ପ୍ରାପ୍ତି ହୋଇ ପାରେ। ପ୍ରତିକାର-ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!