ଜୁନ 05 ତାରିଖରୁ ଜୁନ 11 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 5ଟି ରାଶିରେ ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ବାହନ ଆଦି କ୍ରୟ କରିପାରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ। ଭୂଜାତଦ୍ରବ୍ୟ, ଖଣିଜ ପଦାର୍ଥ, ଯାନବାହନ ଓ ଯାତାୟତ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଦୂରେଇ ଯିବାସହ ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସକଳ କାର୍ଯ୍ୟରେ ସଫଳ, ସୁଖ, ସମ୍ପତ୍ତି ଲାଭ, ମିଷ୍ଠାନ୍ନ ଭୋଜନପ୍ରାପ୍ତି, ଉଚ୍ଚଆଶା ପୂରଣ ହେବାସହ ବନ୍ଧୁମିତ୍ରଙ୍କର ସାହାଯ୍ୟ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ଗୃହସମସ୍ୟା ସମାଧାନ ହୋଇ ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା ଜମିବାଡ଼ି ନେଇ ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ନୂତନ ବନ୍ଧୁମିତ୍ରଙ୍କ ମିଳନରେ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ପରିଶ୍ରମର ସୁଫଳ ଭୋଗ କରିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହୋଇପାରେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ସରକାରୀ କାର୍ଯ୍ୟରେ ସଫଳତା ହାସଲ କରିବେ। ଛାତ୍ରଛାତ୍ରୀମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ ଓ ଦାମ୍ପତ୍ୟସୁଖ ବୃଦ୍ଧି ପାଇବ। ଆତ୍ମୀୟ ଲୋକଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବନ୍ଧୁ ମିତ୍ର ଓ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବା ସହ ଶୁଭ ସମାଚାର ମିଳିପାରେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ମାଆବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ଅବିବାହିତ ଯୁବକ-ଯୁବତୀଙ୍କର ବିବାହ ସ୍ଥିର ହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଅତ୍ୟଧିକ ଅର୍ଥ ଆୟ କରିବାଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ। ପରିବାର ଲୋକଙ୍କର ସମର୍ଥନ ଓ ବନ୍ଧୁ ମିତ୍ରମାନଙ୍କ ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରିବେ। କର୍ମକ୍ଷେତ୍ରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ପୂରଣ କରିପାରିବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନେତା ମାନଙ୍କର ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ କୌଣସି ନୂତନ କର୍ମର ଆୟୋଜନ କରିପାରିବେ। ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବାସହ ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। ଆର୍ଥିକସ୍ଥିତି ଭଲ ରହିବା ଫଳରେ କର୍ମକ୍ଷେତ୍ରରେ ଶାନ୍ତି ପାଇବା ସହ ଅଧୁରା କାର୍ଯ୍ୟ ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ଧର୍ମ-କର୍ମରେ ରୁଚି ରହିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ବାହନଆଦି କ୍ରୟ କରିବାପାଇଁ ଯୋଗାଯୋଗ କରିପାରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଅଧୁରା କାର୍ଯ୍ୟ ପୂରଣ ହେବ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ଶତୃମାନେ ପରାଜିତ ହେବା ସହ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବାସହ ମାନସିକ ଶାନ୍ତି ବୃଦ୍ଧି ପାଇପାରେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ରାଜନୀତିରେ ଯାତ୍ରାରେ ସମୟ କଟିବ କିନ୍ତୁ ଲାଭ ପାଇ ପ୍ରସଂଶିତ ହେବେ। ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ।ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ଶୁଣି ଧୈର୍ଯ୍ୟ ଓ ସାହସ ବୃଦ୍ଧି ପାଇବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!