ଜୁନ 19 ତାରିଖରୁ ଜୁନ 25 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 2ଟି ରାଶିରେ ବନୁଛି ମହାଧନଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବ ଓ ପାରିବାରିକ ସୁଖ ପ୍ରାପ୍ତି ହେବ। ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଅଫିସରେ ଲାଗିରହିଥିବା ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ। ପ୍ରେମିକ ପ୍ରେମିକା ମାନେ ଉତ୍ସାହିତ ହେବେ ଓ ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବାସହ ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବୃଦ୍ଧି ହେବ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅନେକ କାର୍ଯ୍ୟ ସହଜ ସରଳରେ ହାସଲ କରିପାରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ସାଧାରଣ ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟପୂରଣ କରି ପାରିବେ ନାହିଁ। ନୂତନ କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣସହଯୋଗ କରିବା ଫଳରେ ଲୋକପ୍ରିୟତା ହାସଲ କରିବେ। ପ୍ରେମକ୍ଷେତ୍ରରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିପାରେ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ବିଦ୍ୟାରେ ଉନ୍ନତି କରିବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବାସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କର୍ମମୁଖରତା ଯୋଗେ ଆତ୍ମୀୟଙ୍କ ଠାରୁ ବିଚ୍ଛିନ୍ନ ହୋଇ ପଡ଼ିବା ଅସମ୍ଭବ ନୁହେଁ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବାସହ ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ।ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ମିଳିବ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ। ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ ଓ ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ। ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି ଓ ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ଗୁପ୍ତ ଶତ୍ରୁମାନେ ଆପଣଙ୍କ ବିରୁଦ୍ଧରେ ସକ୍ରିୟ ହୋଇ ପାରନ୍ତି। ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାକୁ ଆପଣ ଟିକେ ଚିନ୍ତିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ। ପୁରୁଣା ଅନୁଭୂତି ଉପଯୋଗୀ ହେବ ଓ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବାସହ ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ବୃଦ୍ଧ ଲୋକମାନଙ୍କ ଆଶୀର୍ବାଦ ପାଇବେ ଓ ପିଲାମାନେ ସେମାନଙ୍କ ଅଧ୍ୟୟନ ପାଇଁ ଆନନ୍ଦିତ ହେବେ। ନକାରାତ୍ମକ ପ୍ରବୃତ୍ତି ଥିବା ଲୋକଙ୍କ ପ୍ରତି ଆପଣ ଆକର୍ଷିତ ହୋଇ ପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ ଓ ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ଇନ୍ଦ୍ରିୟ ପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବାସହ ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଗୃହପୋକରଣ ବା ନୂତନ ବସ୍ତୁ କ୍ରୟ କରି ପାରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଆଶା କରାଯାଉଥିବା ଲାଭ ମିଳିବ।ଶତୃମାନେ ମୁଣ୍ଡ ଟେକିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବାସହ ଲୋକସମ୍ପର୍କ ବୃଦ୍ଧି ପାଇବ। ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମଚାରୀ ଓ ଶ୍ରମିକ ମାନେ ବେଶି ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଶାରୀରିକ ସୁସ୍ଥତାସହ ମାନସିକ ସ୍ଥିରତା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂଆ ସମ୍ପର୍କରେ ଉନ୍ନତି ହେବ। ବ୍ୟବସାୟ ସମ୍ବନ୍ଧୀୟ କେତେକ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ଆକସ୍ମିକ ଅର୍ଥଲାଭହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!