ଜୁଲାଇ 10 ତାରିଖରୁ ଜୁଲାଇ 16 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିରେ ବନୁଛି ଲକ୍ଷ୍ମୀଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ ଓ ସବୁଥିରେ ସଫଳତା ମିଳିବ।ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବା ଫଳରେ ମାନସିକ ସ୍ଥିରତା ଦେଖାଦେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ଅନେକ ଶୁଭକର୍ମର ସୁଯୋଗ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ପୀଡ଼ା, ଅଶାନ୍ତି, ଆର୍ଥିକ ସଙ୍କଟ ଦୂରେଇ ଯାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚପ୍ରଶଂସା ଲାଭ ଓ ଅଟକିଥିବା ଧନ ମିଳି ଯିବ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟ ଲାଭ କରିବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ବିଦେଶ ଯାତ୍ରାରେ ଲାଭ ପାଇବେ ଓ କେତେକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବ। ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ ଓ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ। ରାଜକୀୟ କାର୍ଯ୍ୟରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ବ୍ୟବସାୟରେ ସଫଳତା ପାଇବାସହ ନୂତନ କାରବାରରେ ବିଶେଷ ଲାଭବାନ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଓ ବନ୍ଧନ ଭୟ ଦୂରେଇ ଯିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ମିଳିବ। ଅତି ଉତ୍ତମ ଫଳ ଭୋଗିବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଉନ୍ନତି ହେବାସହ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଆଇବ। ଅନ୍ୟର ଉପକାରକରି ପ୍ରଶଂସିତ ହେବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରହାତରେ ଥିବା ଧନ ପାଇଯିବାସହ ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ କରି ପାରିବେ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରଥମ ଦୁଇଦିନ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାର ପାଳନ କରନ୍ତୁ। ଗ୍ୟାଷ୍ଟିକ ସମସ୍ୟା ଦେଖାଦେବ। ଟେନ୍ସନ୍, ଡିପ୍ରେସନ୍ ଓ ବୈଚାରିକ ଅସ୍ଥିରତା ଭିତରେ ଗତି କରି ପାରନ୍ତି। ଦୁଇଦିନ ପରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ସହ ବିଦ୍ୟାର୍ଥୀ ମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ ବଢିବ। ସକାରାତ୍ମକ ମନୋଭାବ ରହିବା ଫଳରେ ଯେ କୌଣସି କାର୍ଯ୍ୟରେ ସଫଳ ହେବେ। ନୂତନ ବ୍ୟବସାୟ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ପୁରାତନ ସମସ୍ୟାର ସମାଧାନ ହେବ। ଯଦି ଆପଣ ଏକ ନୂତନ ଚାକିରି ଖୋଜୁଛନ୍ତି ତେବେ ଆପଣ ସଫଳତା ପାଇବେ। ସ୍ୱାସ୍ଥ୍ୟ ବହୁତ ଭଲ ରହିବାସହ ପାରିବାରିକ ସମ୍ବନ୍ଧରେ ବହୁତ ସକ୍ରିୟ ହେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ମନ ଲଗେଇ କାମକଲେ ଭଲ ଲାଭପାଇବେ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କାର୍ଯ୍ୟାଳୟରେ ଆପଣଙ୍କ ବିରୋଧରେ କେହି ଶତ୍ରୁ ଗୁପ୍ତ ଷଡଯନ୍ତ୍ର କରି ପାରନ୍ତି। ବିଦେଶ ଯାତ୍ରାରେ କଷ୍ଟ ପାଇବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାଂସାରିକ ଜୀବନ ସୁଖମୟ ହେବ। ବ୍ୟବସାୟିକ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କଲେ ଉନ୍ନତିହେବ। ମାନସିକ ସ୍ଥିରତା ଦେଖାଦେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଶାନ୍ତି ପାଇବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। କିନ୍ତୁ ଆତ୍ମୀୟମାନେ ଭିତରେ ଚେର କାଟିବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ଉଦରପୀଡ଼ା, ରକ୍ତଚାପ ଓ ପୁରାତନ ରୋଗର ପ୍ରଭାବ ବୃଦ୍ଧିପାଇବ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦେଖାଦେବାସହ ଦାମ୍ପତ୍ୟ କଳହ ସୃଷ୍ଟି ହୋଇପାରେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ବ୍ୟବସାୟରେ ଉତ୍ତମ ଲାଭ ପାଇବା ସହ ରାଜନୀତି ମାମଲାରେ ସଫଳତା ମିଳିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିପାରିବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ। ଛାତ୍ର ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ଆଦାୟ କରି ପାରିବେ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଖାଦ୍ୟପେୟର ବ୍ୟତିକ୍ରମ ଯୋଗେ ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବାସହ ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଆତ୍ମୀୟ ଶତ୍ରୁତା, ଓ ଗୃହ, ଜାଗା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା କିମ୍ବା ପାରିବାରିକ ସମସ୍ୟାର ସମାଧାନରେ ସଫଳତା ଅର୍ଜନକରିବେ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ସମୟ ଭୋଗ ହେବ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଲାଭପାଇବା ସହ ଲୋକ ସମ୍ପର୍କ ବୃଦ୍ଧି ପାଇବ। ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!