ଦୈନିକ ରାଶିଫଳ: 02 ଅଗଷ୍ଟ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। କର୍ତ୍ତବ୍ୟ ପରାୟଣତା ପ୍ରଦର୍ଶନ କରି ଉପରିସ୍ଥଙ୍କ ଶ୍ରଦ୍ଧାର ପାତ୍ର ହେବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ସାମାନ୍ୟ ଲାଭ ପାଇବେ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତପନ୍ଥା ଗ୍ରହଣ କରିବେ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ବିଳାସ ବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପାରିବାରିକ ଦ୍ୱାୟିତ୍ୱ ବୃଦ୍ଧି ହେବା ଫଳରେ ମନ ଅଶାନ୍ତ ରହିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଜନସେବାରେ ନିଜକୁ ନିୟୋଜିତ କରି ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଭାବପ୍ରବଣତା ବୃଦ୍ଧି ପାଇବ। ଗୁରୁଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରିବା ପାଇଁ ଚେଷ୍ଟା କରନ୍ତୁ। ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ରୂପରେ ସାହାଯ୍ୟ କରିବାକୁ ବାଧ୍ୟ ହେବେ। କିନ୍ତୁ ପୁରୁଣା ସମ୍ପର୍କରେ ତିକ୍ତତା ଆସିବ ଓ ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବିରୋଧୀମାନେ ଦୂରେଇ ଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବାହ୍ୟଲୋକ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରି ପାରନ୍ତି। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବାସହ ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ଶାରୀରିକ ଅସୁସ୍ଥତା ଦୂର ହେବାସହ ବ୍ୟବସାୟରେ ପ୍ରବଳ ଲାଭବାନ ହେବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବାସହ କେତେକ ମୁଲ୍ୟବାନ ଦ୍ରବ୍ୟକ୍ରୟ କରିବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହୋଇ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି। ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ଶାରିରୀକ ଅସୁସ୍ଥତା ଦୂରହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ ଓ ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। କର୍ମକ୍ଷେତ୍ରରେ ଲାଗିଥିବା ସମସ୍ୟାର ସମାଧାନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କ୍ରୋଧ ନିୟନ୍ତ୍ରଣ କରି ଧୈଯ୍ୟର ସହ କାର୍ଯ୍ୟ କରନ୍ତୁ। ଶାରିରୀକ ଅସୁସ୍ଥତା ଦୂରହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ ଓ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇପାରନ୍ତି।ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପରିବାରରେ ଜଟିଳ ପରିସ୍ଥିତି ଦେଖାଦେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଶୁଭ ସମାଚାର ପାଇ ଖୁସି ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ଶତୃ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!