ଦୈନିକ ରାଶିଫଳ: 02 ଜୁଲାଇ 2023, ରବିବାର, ଶନିଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ହେବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:- ଶାରୀରିକ କଷ୍ଟ ଦୂର ହେବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। କର୍ମରେ ଉନ୍ନତି, ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ନୂତନ ବନ୍ଧୁ ମିତ୍ରଙ୍କସହ ମିଳନ ହୋଇ ତାଙ୍କସହଯୋଗରେ ଆଗକୁ ବଢିପାରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟାକଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। କୋର୍ଟ କଚେରୀ ମାମଲାରେ ବିଜୟ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସୁଖ ସମୃଦ୍ଧି ବୃଦ୍ଧିହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ, ମାଲିମକଦ୍ଦମାରେ ଉନ୍ନତି ହେବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ଭୋଗବିଳାସରେ ଦିନଟି କାଟିବା ପାଇଁ ଆଗ୍ରହୀ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!