ଦୈନିକ ରାଶିଫଳ: 02 ଡିସେମ୍ବର 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ ଓ ହସ ଖୁସିରେ ସମୟ କଟିବ। ଦୂରଯାତ୍ରାରେ ସଫଳତା ମିଳିବା ସହ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ବ୍ୟବସାୟରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବ୍ୟବସାୟରେ ନୂତନପନ୍ଥା ଅନୁସରଣ କରି ସଫଳତା ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସଭାସମିତି ଓ କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ହାସଲ କରିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ବାଣିଜ୍ୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ଅଚାନକ ଭାବରେ ଦୂରଯାତ୍ରା କରିବା ସହ ଆର୍ଥିକ ବୃଦ୍ଧି ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ଶାରୀରିକ ଅସୁସ୍ଥତା ଓ ମନରେ ଭୟ ଆଶଙ୍କା ଦୂରେଇଯିବ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ। ଛାତ୍ର-ଛାତ୍ରୀମାନେ ନିଜ ପରିଶ୍ରମରେ ସଫଳତା ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝି ବିଚାରି କର୍ମ କରିବା ଉଚିତ୍। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ଗୃହବାହନ ପ୍ରାପ୍ତି, ପରିଜନ ଓ ସାଧୁଜନପ୍ରିୟ ହେବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ରାଜକୀୟ ମାମଲାରେ ସଫଳତା ମିଳିବ। ଦୂରଯାତ୍ରା କରି ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟିତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!