ଦୈନିକ ରାଶିଫଳ: 03 ଅଗଷ୍ଟ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷାକ୍ଷେତ୍ରରେ ଊତ୍ସାହ ବୃଦ୍ଧି ପାଇବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ ସରକାରୀ କାମରେ ସଫଳତା ପାଇବା ସହ ପରିଶ୍ରମର ଉଚିତ୍ ପ୍ରାପ୍ୟମିଳିବ ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବାସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ ଓ ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଆଦର୍ଶବାଦୀ ହେବା ଫଳରେ କୋର୍ଟ କଚେରୀ, ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ଉତ୍ତରାଧିକାର ବା ପୈତୃକ ସମ୍ପତ୍ତିକୁ ନେଇ କୋର୍ଟକଚେରୀ ମାମଲାରେ ସମସ୍ୟା ସମାଧାନର ବାଟ ମିଳିବ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ ଆର୍ଥିକ ସମସ୍ୟା ଦୂର ହୋଇଯିବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଶତୃମାନେ ପରାଜିତ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ମାନସିକ ଅଶାନ୍ତି ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ତୁଳା:-ସମ୍ପତ୍ତି ଓ ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ଗଲାକଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ। ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥାକହି କାର୍ଯ୍ୟ ହାସଲ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟୀମାନେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନର ଅଧିକାରୀ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଶତୃମାନେ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ସାମାଜିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ। କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। କ୍ଷମତା ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

କୁମ୍ଭ:-ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ସନ୍ତାନ ସନ୍ତତି ମାନଙ୍କପାଇଁ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ନିଜର ଚତୁରତା ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!