ଦୈନିକ ରାଶିଫଳ: 03 ମଇ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ସରକାରୀ ସାହାଯ୍ୟ ମିଳିପାରେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇ ଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ଆନନ୍ଦ ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ଓ ପଦୋନ୍ନତିର ସୂଚନା ପାଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ରାଜନୈତିକ କ୍ଷେତ୍ରରେ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପାରିବାରିକ ଜୀବନ ଆନନ୍ଦରେ କଟିବା ସହ ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ସତର୍କ ନହେଲେ ଯାନବାହନରେ କିଛି ସମସ୍ୟା ଘଟିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସାଙ୍ଗ ସାଥିମାନଙ୍କ ସାହାଯ୍ୟ ସହଯୋଗ ପାଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ।ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବ୍ୟବସାୟୀ ମାନଙ୍କର କଠିନ ପରିଶ୍ରମ ଫଳରେ ସରକାରୀ କ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସଫଳତା ମିଳିବା ସହ ସୁଖଶାନ୍ତି ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବା ସହ ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ହସଖୁସିରେ ସମୟ ବ୍ୟତୀତ ହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ହେବ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପ୍ରତିକାର-ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଶାନ୍ତି ଦେଖା ଦେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ମାଆ ବାପାଙ୍କ ଠାରୁ ସହଯୋଗ ମିଳିବ। ବ୍ୟାପାର ବା କାରବାରରେ ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ପ୍ରେମପ୍ରସଙ୍ଗରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବ୍ୟବସାୟିକ ସଫଳତା ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭ ହୋଇ ପାରେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକସ୍ଥିତି ସୁଧୁରିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରେମୀକ ପ୍ରେମିକାଙ୍କର ବସ୍ତ୍ରଭୂଷଣ ଆଦି ଲାଭହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ବ୍ୟବସାୟରେ ନୂତନ ଧାରା ଖୋଲି ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିଲେ ହସଖୁସିରେ ସମୟ ବ୍ୟତୀତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବା ଫଳରେ ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। କର୍ମକ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିପାରେ। ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରି ପାରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-ସାମାଜିକ କ୍ଷେତ୍ରରେ ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହୋଇ ପାରେ। ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହୋଇ ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ କରି ପାରିବେ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!