ଦୈନିକ ରାଶିଫଳ: 04 ଅକ୍ଟୋବର 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ ହିସାବରେ ଆତ୍ମସନ୍ତୋଷ ମିଳିବ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ସନ୍ତାନଙ୍କ ଖୁସି ଖବର ପାଇ ମାନସିକ ଶାନ୍ତି ପାଇବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ଫଳରେ ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ଯେକୌଣସି କ୍ଷେତ୍ରରେ ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ। ନୂତନ ବନ୍ଧୁ ଭେଟ ହୋଇ ଆଲୋଚନା କରିବା ଦ୍ଵାରା ବିତିଯାଇ ଥିବା ମାମଲାରେ ସଫଳତା ମିଳିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ପ୍ରେମପ୍ରସଙ୍ଗରେ ଆନନ୍ଦିତ ହେବେ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଗୃହସ୍ଥ ଜୀବନ ସୁଖମୟ ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସ୍ୱାସ୍ଥ୍ୟରେ ସୁଧାର ଆସିବା ଯୋଗେ ଖୁସି ମିଳିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

କର୍କଟ:-ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ନୈତିକତା ହିସାବରୁ ଆପଣ ବହୁତ ଉପକୃତ ହେବେ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ତୁଳା:-ଜନସମ୍ପର୍କ ସୁଦୃଢ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଆଲୋଚନା ମାଧ୍ୟମରେ ଲାଭ ପାଇବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିପାରିବେ। ଅଶାନ୍ତିର ଝଡ ଶାନ୍ତ ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଯୋଜନା ମୁତାବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ଉଚିତ୍ ପନ୍ଥା ଗ୍ରହଣ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳ, ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। କୋର୍ଟ କଚେରୀ ମାମଲାରେ ବିଜୟ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ସାଧାରଣ କଥାକୁ ଭୃକ୍ଷେପ ନକରି ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ।ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ମୀନ:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ କର୍ମଚାରୀ ମାନେ ଉନ୍ନତି କରିପାରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି କାମପ୍ରତି ମନ ଲାଗିବ ନାହିଁ ତେଣୁ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!