ଦୈନିକ ରାଶିଫଳ: 04 ଜୁଲାଇ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ପ୍ରେମପ୍ରସଙ୍ଗରେ ଉନ୍ନତି ହୋଇପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନପୂରାଇବା ଭଲ। ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ଖେଳ, ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିରୋଧିମାନେ ଦୂରେଇଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜ ନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ତୁଳା:-ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି କଷ୍ଟ ଅନୁଭବ କରି ପାରନ୍ତି। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ସ୍ୱାସ୍ଥ୍ୟ ଭଲ ରହିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ଓ ହସଖୁସିରେ ସମୟ ବିତାଇବେ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ମାନସିକ ଶାନ୍ତି ମିଳିବ।ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ହେତୁ ମାନସିକସ୍ଥିତି ଭଲ ରହିବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ କିମ୍ବା ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବ୍ୟବସାୟରେ ନିଜରପଦ ଗରିମା ବଜାୟ ରହିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଖେଳ ଓ ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!