ଦୈନିକ ରାଶିଫଳ: 04 ସେପ୍ଟେମ୍ବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହୋଇ ପାରନ୍ତି। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ପାରିବାରିକ ଜୀବନ ଆନନ୍ଦରେ କଟିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସଂଘର୍ଷ ଦ୍ଵାରା ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ।ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବାସହ କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ। ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। ମଉଜ-ମସ୍ତିରେ ସମୟ କଟିପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ସାମାନ୍ୟ ଲାଭବାନ୍ ହେବେ। ପାରିବାରିକ ଜୀବନରେ ଆନନ୍ଦିତ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ।ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅଚାନକ ଧନପ୍ରାପ୍ତି ହେବାଫଳରେ, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ମନ କରିବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବାସହ, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

ଧନୁ:- ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

କୁମ୍ଭ:-ସରକାରୀ ସାହାଯ୍ୟ ମିଳିପାରେ। ଦୂରଯାତ୍ରାର ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ। ପରହାତରେ ଥିବା ଧନ ପ୍ରାପ୍ତି ହେବ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ପରିବାରରେ ମାନ ମନାନ୍ତର ଦୂର ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇଦେବ। କାର୍ଯ୍ୟ କ୍ଷେତ୍ରରେ ଅବହେଳା କରନ୍ତୁ ନାହିଁ କି ଛୋଟ ଛୋଟ ଜିନିଷକୁ ଅବହେଳା କରନ୍ତୁ ନାହିଁ। ପୁରୁଣା ଭୁଲ ଯୋଗୁ ମାନସିକ ଚାପ ବୃଦ୍ଧି ପାଇବ ଓ ଲୋକମାନେ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରିପାରନ୍ତି। ପ୍ରତିକାର-ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!