ଦୈନିକ ରାଶିଫଳ: 04 ସେପ୍ଟେମ୍ବର 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ପନ୍ଥା ଅନୁସରଣ କରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଶୁଭ ସମାଚାର ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବା ଫଳରେ ମନ ସନ୍ତୁଷ୍ଟ ହେବ। ସରକାରୀ କାମରେ ସଫଳତା ମିଳିବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରି ପାରିବେ ନାହିଁ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ଅନେକ ଦିଗରୁ ଖୁସି ମିଳିବ। ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ ପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ

କନ୍ୟା:-ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ନୂତନବନ୍ଧୁଙ୍କ ଆଗମନ ହେବ। ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ।ପାରିବାରିକ ଅଶାନ୍ତି ଦୂରେଇଯାଇ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ସାମାଜିକସ୍ଥିତି ମଜଭୁତହେବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ ଓ ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ସନ୍ତାନଙ୍କ ଭବିଷ୍ୟତ ଚିନ୍ତାରେ ମାନସିକ ଶାନ୍ତି ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଅଫିସର, ସହକର୍ମୀମାନେ କାମର ପ୍ରଶଂସା କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ଉଚ୍ଚଶିକ୍ଷା ପାଇଁ ଅଗ୍ରହି ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ମିତ୍ରଙ୍କ ସାହାଯ୍ୟରେ ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ମୀନ:-ଶାରିରୀକ ସୁସ୍ଥତା ଦେଖା ଦେବାସହ ମାନସିକ ଶାନ୍ତି ଅନୁଭବ କରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବାସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ସୁଖ, ସମ୍ପତ୍ତି ଲାଭ, ସାହାଯ୍ୟ ପ୍ରାପ୍ତି ଓ ଗୃହବାହନ ପ୍ରାପ୍ତି ହୋଇପାରେ। ଶିଳ୍ପବାଣିଜ୍ୟ ଓ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପରିବାରର କେତେକ ସମସ୍ୟା ସମାଧାନ ହୋଇ ସୁଖପ୍ରାପ୍ତି ହେବ। ହରାଇଥିବା ଧନ ପ୍ରାପ୍ତି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!