ଦୈନିକ ରାଶିଫଳ: 05 ଜୁନ୍ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ, ଆଧ୍ୟାତ୍ମିକ ଓ ଧାର୍ମିକକାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବାସହ ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇ ବ୍ୟବସାୟରେ ଲାଭ ହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବାସହ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ଉନ୍ନତିମୂଳକ ପଦକ୍ଷେପ ନେଇ କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:- ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନର ଅଧିକାରୀ ହେବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ଓ ଆର୍ଥିକ ଦିଗରେ ଅଭିବୃଦ୍ଧି ହେବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। ମାନସିକସ୍ଥିତି ସୁଦୃଢ ହେବାସହ ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରି ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ସହ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାକୁ ଚେଷ୍ଟା କରନ୍ତୁ। ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବାସହ କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ। ବ୍ୟବସାୟରେ ସଫଳତା ହାସଲ କରିବା ସହ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣି ଖୁସିହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ଓ କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। ବ୍ୟବସାୟରେ ଉତ୍ତମ ଲାଭ ହେବା ସହ କାରବାରରେ ସୁଧାର ଆସିବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ରାଜନୀତିରେ ଉନ୍ନତି କରି ପାରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସରକାରୀ କାମରେ ସଫଳତା ପାଇବେ ଓ ଯାତ୍ରାଫଳରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବାସହ ବ୍ୟବସାୟରେ ଉନ୍ନତି କରିବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ଧନୁ:-ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇ ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇ ପାରେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିବେ ଓ ବ୍ୟବସାୟର ସ୍ଥିତି ସନ୍ତୋଷ ଜନକ ହେବ। ସ୍ଵାସ୍ଥ୍ୟସମସ୍ୟାକୁ ନେଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସ୍ୱାସ୍ଥ୍ୟ ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। ଦୂରଯାତ୍ରାର ସୁଯୋଗ ପାଇ ଆକସ୍ମିକ ଅର୍ଥ ପାଇବା ଫଳରେ ନୂତନ ଦ୍ରବ୍ୟ କ୍ରୟ କରିପାରିବେ। ଯାନବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଋଣ କରିବାକୁ ଚେଷ୍ଟାକଲେ ଋଣ ମିଳିଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ନିଜର ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଆମଦାନୀ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବାସହ ପାରିବାରିକ ପତିଆରା ଭଲ ରହିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବାସହ ଶତୃମାନେ ମିତ୍ରଭାବ ଆଚରଣ କରିବେ ଓ ମାନସମ୍ମ।ନ ବଜାୟ ରହିବ। ଶତୃମାନେ ଦୂରେଇ ଯିବେ ଓ ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ। କର୍ମକ୍ଷେତ୍ରରେ ଉନ୍ନତିହେବାସହ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ନୂତନ ଯୋଜନାର କ୍ରିୟାନ୍ୱିତ କରିବା ସହ ପାରିବାରିକ ଜୀବନ ସୁଖମୟ ହେବ। ଶତୃବଧା ଦୂରେଇ ଯିବା ଫଳରେ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବା ସହ ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!