ଦୈନିକ ରାଶିଫଳ: 05 ଜୁଲାଇ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ଆପଣଙ୍କୁ ଅସୁବିଧାରେ ପକାଇପାରେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମାଜ ସେବା କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ଅଧିକାରୀଙ୍କଠାରୁ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଛାତ୍ରଛାତ୍ରୀମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ସମ୍ପର୍କୀୟଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ବ୍ୟବସାୟରେ କର୍ମଚାରୀ ମାନଙ୍କ କଠିନ ପରିଶ୍ରମ ଓ ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବା ସହ ପ୍ରଶଂସିତ ହେବେ। ଦାମ୍ପତ୍ୟସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ପରିବାରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କାର୍ଯ୍ୟ କ୍ଷେତ୍ରରେ ଗୁରୁଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରି ପାରନ୍ତି। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ।ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବା ଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ବ୍ୟବସାୟ କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା କ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମକର:-ନୂତନ ବନ୍ଧୁ ସୃଷ୍ଟି ହୋଇପାରିବେ ଓ ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ। ପୁରୁଣା ଅନୁଭୂତି ଉପଯୋଗୀ ହେବ ଓ ସାମାଜିକ ପତିଆରା ଅମଳିନ ରହିବ। ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବେ। ପରିବାର ଜନଙ୍କ ଆବଶ୍ୟକତା ପୂରଣ କରିବାପାଇଁ ଚେଷ୍ଟିତ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବାସହ ଲୋକସମ୍ପର୍କ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି ଓ ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!