ଦୈନିକ ରାଶିଫଳ: 05 ସେପ୍ଟେମ୍ବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବିଦେଶ ଯାତ୍ରାରେ ଲାଭବାନ ହେବେ। ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ। ଆର୍ଥିକ ଦିଗରୁ ସୁବିଧା ମିଳିବ। ଦୂରଯାତ୍ରାରେ ଲାଭପାଇବେ। ଚିତ୍ତପ୍ରସନ୍ନ ରହିବ। କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଯୋଗେ ଆୟ ବଢିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ଶୁଭ ସମାଚାର ପାଇ ଖୁସି ହେବେ। ଋଣ ଭରଣାରେ ସହଜ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଆକସ୍ମିକ ଧନ ପ୍ରାପ୍ତି ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

କର୍କଟ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଜିଦ୍ଖୋର ଆଚରଣରୁ ଦୂରେଇ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ଲାଭ ପ୍ରାପ୍ତି ହେବ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କିନ୍ତୁ ଅଧିକାଂଶ କ୍ଷେତ୍ରରେ ଅନ୍ୟମାନଙ୍କ ଅପେକ୍ଷା ନିଜେଅଧିକ କାର୍ଯ୍ୟ କରିବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ ବୃଦ୍ଧି କରିବା ଲକ୍ଷ୍ୟରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ନୂତନ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଭଲ ଲାଭ ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ। ଉତ୍ତମ ରୋଜଗାର ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ ଠିକ୍ ରହିବ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!