ଦୈନିକ ରାଶିଫଳ: 06 ଜୁନ୍ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନେ ପ୍ରଶଂସା କରିବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବାସହ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରିରୀକ ଅସୁସ୍ଥତା ଦୂରହେବା ସହ ମାନସିକ ଦୁଶ୍ଚିନ୍ତା ଦୁରହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ରାଜନୀତି କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହୋଇ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ବାପା, ମା, ଭାଇ, ଭଉଣୀଙ୍କ ସହ ସମ୍ବନ୍ଧ ଦୃଢିଭୁତ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। କୌଣସି ବନ୍ଧୁମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବେ। ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ପଡିପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଆର୍ଥିକ ମାମଲା ସୁଧୁରିଯିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ପ୍ରଶଂସା ପାଇବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ଭଲଫଳ ମିଳି ନପାରେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ ଓ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ। ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା ମାନେ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବାସହ ନୂତନ ଆୟର ଉତ୍ସ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ କର୍ମୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପରାକ୍ରମ ପ୍ରତିପତ୍ତି ବଢିବ। ବ୍ୟବସାୟ କ୍ଷେତ୍ରରେ ନୂତନ ଯୋଜନାରେ ଆଗେଇ ପାରିବେ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର-ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯାଇ ପାରେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିଲେ ବିପଦରେ ପଡିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବେ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ସ୍ଵାସ୍ଥ୍ୟରେ ଅବନ୍ନତି ପରିଲିଖିତ ହେବାଫଳରେ ମନ ଭଲ ରହିବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶାରିରୀକ ଅସୁସ୍ଥତା ଦୂରହେବା ସହ ମାନସିକ ସୁସ୍ଥତା ଅନୁଭବ କରିବେ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବାସହ ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ ବା କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!