ମେଷ:-ସ୍ୱାସ୍ଥ୍ୟ ଭଲ ରହିବା ସହ ନୂତନ ସଂସ୍ଥାର ଆୟୋଜନ କରିବେ। ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବାସହ ଆପଣଙ୍କ କାର୍ଯ୍ୟକୁ ପ୍ରଶଂସା କରିବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି ଓ ଦୂରଯାତ୍ରାରେ ଲାଭ ବାନ୍ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ ଓ ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବୃଷ:-ପଡୋଶୀଙ୍କ ସହ ଝଗଡ଼ା ହେଲେ ମଧ୍ୟ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ। ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପ୍ରେମ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମାଲିମୋକଦ୍ଦମାରେ ବଂଧୁଙ୍କ ସହଯୋଗରେ ବିଜୟ ପ୍ରାପ୍ତ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ପରୀକ୍ଷା ପ୍ରତିଯୋଗିତାରେ ଅଚାନକ ଶୁଭଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ନୂତନ ବନ୍ଧୁ ଭେଟ ହେବେ। ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ସିଂହ:-ଅର୍ଥଲାଭର ମାର୍ଗ ଖୋଲି ଯିବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ମନୋରଂଜନ କାର୍ଯ୍ୟରେ ସମୟ କଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ମାମଲା ସୁଧୁରି ଯିବ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଚେଷ୍ଟା କରିବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ପ୍ରଚୁର ଅର୍ଥ ଲାଭ ହେବା ଫଳରେ ପରିସ୍ଥିତି ବଦଳିଯିବ। ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ସମାଜ ସେବାରେ ସ୍ଵନାମ ଅର୍ଜନ କରିବା ସହ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ପରିବାରରେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଦୂରଯାତ୍ରାରେ ଲାଭ ବାନ୍ ହେବେ। ଶିକ୍ଷା କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ।
ମକର:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କାର୍ଯ୍ୟକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବିରୋଧୀମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଜାଗା ଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରି ପାରନ୍ତି। ଶରୀର ସୁସ୍ଥ ରହିବା ସହ ଋଣରୁ ମୁକ୍ତି ମିଳିବାର ରାସ୍ତା ଦେଖାଦେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
କୁମ୍ଭ:-ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ବନ୍ଧୁ ମିତ୍ରଙ୍କ କାର୍ଯ୍ୟରେ ଯୋଗଦେଇ ଆନନ୍ଦ ଅନୁଭବ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଶିକ୍ଷା କ୍ଷେତ୍ରରେ ସଫଳ ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।