ମେଷ:-ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ବିଦେଶ ଯାତ୍ରାରେ ଲାଭବାନ ହେବେ। ଦାମ୍ପତ୍ୟ କଳହ ଦୂର ହେବ। ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ବକେୟା ଅର୍ଥ ପ୍ରାପ୍ତି ହେବ ଓ ଆର୍ଥିକ ସ୍ଥିତି ସୁଧୁରିଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ଶିକ୍ଷାର୍ଥୀ ମାନଙ୍କର ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେବା ସହ ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କର୍କଟ:-ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ସିଂହ:-ଭାତୃବିବାଦ, ଜମିବାଡ଼ି ଓ ଘରଜାଗାନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଗୃହ ଜାଗା ଯାନବାହାନ କ୍ରୟ କରନ୍ତୁ ନାହିଁ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଶୁଭକାମ କରିପାରିବେ ଓ ସବୁଥିରେ ସଫଳତା ମିଳିବ। କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ। ରାଜନୀତିରେ ପ୍ରଶଂସିତ ହେବେ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ତୁଳା:-ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ଵେ କୃଷିଜାତ ଦ୍ରବ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନୂତନ ମିତ୍ର ଲାଭ ହେବେ।ଘର ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ। ରାଜନୀତିରେ ଧାଁ ଦଉଡ ଓ ଅଧିକ ସଂଘର୍ଷ କରି ପ୍ରଶଂସିତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ଅନେକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହୋଇ ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ବିଶେଷ ଲାଭବାନ୍ ହେବେ। ଅଧ୍ୟୟନ ପାଇଁ ତତ୍ପର ହେବା ସହ ଉଦ୍ୟେଶ୍ୟ ପୂର୍ଣ୍ଣ ହେବ। ମାନସିକଦୁଶ୍ଚିନ୍ତା ଦୂରହେବ। ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରି ପାରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳହେବ। ବାଦବିବାଦ, ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତକର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନହେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।