ଦୈନିକ ରାଶିଫଳ: 08 ଫେବୃୟାରୀ 2025, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପୁରାତନ ରୋଗର ଉପସମ ହେବ। ଶତୃମାନେ ପରାଜିତ ହେବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ଆଧ୍ୟାତ୍ମିକ କାର୍ଯ୍ୟରେ ଲିପ୍ତ ରହିବେ। ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବା ସହ ଦେହମନରେ ପୀଡା ବୃଦ୍ଧିପାଇବ। ନୂତନ ବସ୍ତୁ କ୍ରୟ କରି ପାରିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଚାକିରି କରିଥିବା ବ୍ୟକ୍ତିମାନେ ଅଚାନକ ଭାବରେ ବହୁତ ଲାଭ ଉଠାଇ ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବା ସହ ବନ୍ଧୁମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବା ସହ ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ବନ୍ଧୁ, ମିତ୍ରଙ୍କ ସହଯୋଗରେ ରୋଜି-ରୋଜଗାରର ଉଚିତ୍ ସୁଯୋଗ ମିଳିବ। ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। କର୍ମକ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ପାରିବାରିକ ଜୀବନ ସୁଖମୟ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସମାଜର ବୁଦ୍ଧିଜୀବୀ ମାନଙ୍କ ମଧ୍ୟରେ ପ୍ରଶଂସିତ ହେବେ। ପାରିବାରିକ ଜୀବନ ଅତ୍ୟନ୍ତ ଉପଭୋଗ୍ୟ ହେବ। ହାତରେ ଥିବା ସୁଯୋଗ ବିଷୟରେ ଅବହେଳା କରନ୍ତୁ ନାହିଁ। ହଠାତ୍ ସୁଯୋଗ ପାଇବା ଦ୍ୱାରା ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ବ୍ୟବସାୟରେ ବଡ ବିନିଯୋଗ କରିପାରିବେ। ଅଭିଭାବକମାନେ ଆପଣଙ୍କ ସହିତ ବହୁତ ଖୁସିରେ ରହିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମ୍ବାଦିକ ମାନେ ଶୁଭ ସମ୍ବାଦ ପାଇ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି।

ବିଚ୍ଛା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାର ସମାଧାନ ହୋଇ ମାଆବାପା, ଗୁରୁଜନଙ୍କ ଆଶୀର୍ବାଦ ପାଇବେ। ପରିବାରରେ ସମୟ ବିତେଇଲେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ଅଚାନକ ଭାବରେ ସ୍ଵାସ୍ଥ୍ୟରେ ସୁଧାର ଆସିବ। ରାଜନୀତି କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଶତୃମାନେ ମଥାନତ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବା ଫଳରେ ପରାକ୍ରମ ବଢିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଧର୍ମକର୍ମରେ ରୁଚି ବୃଦ୍ଧି ହେବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ।ଦୈବୀ କୃପା ଫଳରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ବ୍ୟବସାୟ କ୍ଷେତ୍ରରେ କଠିିନ ପରିଶ୍ରମ କରି ଆଶାତୀତ ଲାଭବାନ୍ ହେବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!