ମେଷ:-ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବାସହ ଆର୍ଥିକ ସମସ୍ୟାରେ ସଫଳତା ମିଳିବ। ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ଵାରା ସମୟ ଆନନ୍ଦରେ କଟିବ। ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ତ ପ୍ରକାର ବ୍ୟବସାୟରେ ବେଶ୍ ଲାଭବାନ ହେବେ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବାସହ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ସତର୍କ ନହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ଶ୍ରମିକ ଓ କର୍ମଚାରୀମାନେ ଖାମଖିଆଲ କରି ସ୍ଥଳ ବିଶେଷରେ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହୋଇ ପାରନ୍ତି। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କର୍କଟ:-ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବାସହ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ଥିବା ସମସ୍ୟାର ଅପୋଷ ସମାଧାନ ହେବ। ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ସିଂହ:-ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବାସହ ଉତ୍ତମ ରୋଜଗାର ମିଳିବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବା ସହ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇ ପାରନ୍ତି। ପରିଶ୍ରମର ସୁଫଳ ଭୋଗ କରିବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଶରୀର ଭଲ ରହିବା ଯୋଗେ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରୀଡ଼ା, କଳା, ସଂସ୍କୃତି କ୍ଷେତ୍ରରେ ବିଜୟୀହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଓ ଶୁଭ ସମାଚାର ପାଇ ଖୁସି ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବାସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ଶତୃ ବିରୋଧୀ ମାନେ କିଛି କ୍ଷତି କରି ପାରିବେ ନାହିଁ। ବ୍ୟବସାୟୀ ମାନେ ସ୍ଥଳବିଶେଷରେ ବିନାପରିଶ୍ରମରେ ଅଧିକ ଲାଭବାନ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆକସ୍ମିକ ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ ଶାନ୍ତି ପାଇବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ ଓ ସାଧାରଣ ବାତାବରଣ ଜାରିରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ଧନୁ:-ଚାକିରି କରୁଥିବା ଲୋକମାନେ ସେମାନଙ୍କର ଚାକିରିରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଅନେକ ସମସ୍ୟାକୁ ସମାଧାନ କରି ସମ୍ମାନ ପାଇବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ଶରୀର ଭଲ ରହିବା ଯୋଗେ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଅଧାଥିବା କାର୍ଯ୍ୟ ପୂରଣ ହେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ପାରିବେ। ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବା ସହ ନୂଆ ଯୋଜନାରେ ସଫଳ ହେବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବକେୟା ଅର୍ଥ ଆଦାୟ ହେବ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ପାରନ୍ତି। ଜମି ଜମା ସଙ୍କ୍ରାନ୍ତିୟ ସମସ୍ତ ସମସ୍ୟାରେ ସଫଳତା ମିଳିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
