ଦୈନିକ ରାଶିଫଳ: 10 ଜୁଲାଇ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ ବିଦ୍ୟାରେ ସଫଳ ହେବେ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯାଇ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ନୂତନ କର୍ମପାଇଁ ଯୋଗାଯୋଗ କଲେ ସଫଳତା ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଧାର୍ମିକ କାର୍ଯ୍ୟରେ ମନ ବଳାଇ ବିଗିଡି ଯାଇଥିବା କାର୍ଯ୍ୟକୁ ସୁଧାରି ପାରିବେ। ବିବେକ ବୁଦ୍ଧିବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ।ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ବୃଦ୍ଧି ପାଇବ। ବିବାଦୀୟ ବିଷୟ ପ୍ରତି ଆପଣ ଆକର୍ଷିତ ହେବେ। ଲୋକମାନେ ଆପଣଙ୍କଠାରୁ ବହୁତ କିଛି ଆଶା କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରେ। ମାଆବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପରିବାର ଲୋକଙ୍କର ସମର୍ଥନ ଓ ବନ୍ଧୁ ମିତ୍ରମାନଙ୍କ ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ସତର୍କ ନହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ମାନ ସମ୍ମାନ ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:- ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ପ୍ରସାର, ପ୍ରଚାର କରିବା ସହ ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଆୟ ବୃଦ୍ଧି ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ରାଜକୀୟ ମାମଲାରେ ସଫଳତା ମିଳିବ। ଆର୍ଥିକ ସମସ୍ୟା ସମାଧାନ ହୋଇ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଆଲୋଚନା ମାଧ୍ୟମରେ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ।ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବନ୍ଧୁ ମିତ୍ର ଓ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବା ସହ ଶୁଭ ସମାଚାର ମିଳିପାରେ। କର୍ମକ୍ଷେତ୍ରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ପୂରଣ କରିପାରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ପରିବାରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ନିଜେ ଗାଡ଼ି ଚଳାଉ ଥିଲେ ଧଳା ଓ କଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସମସ୍ତ ସମସ୍ୟାକୁ ସୁଧାରି ନବା ଫଳରେ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଆର୍ଥିକ ଉନ୍ନତି ହେବାସହ ନୂତନ ଯୋଜନାରେ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ ଜୀବନରେ ଉନ୍ନତି ହେବ। ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଅତ୍ୟଧିକ ଅର୍ଥ ଆୟ କରିବାଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ରାଜନେତା ମାନଙ୍କର ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!