ମେଷ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସରକାରୀ କାମରେ ସଫଳତା ପାଇବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସରେ କେତେକ କ୍ଷେତ୍ରରେ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ବୃଷ:-ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମାରେ ସଫଳ ହେବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମିଥୁନ:- ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବେ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କର୍କଟ:-ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ। ଆକସ୍ମିକ ଅର୍ଥଲାଭ ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବ୍ୟବସାୟ କ୍ଷେତ୍ର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ଆନନ୍ଦ ଅନୁଭବ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳି ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ ଓ ଦୂରଯାତ୍ରା କରି ମନ ଖୁସି ରହିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଛାତ୍ରଛାତ୍ରୀମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ ବିଦ୍ୟାରେ ସଫଳ ହେବେ। ପରିବାରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟାରେ ଉନ୍ନତି କରିବେ। ରାଜନୀତିରେ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କାରବାରରେ ସୁଧାର ଆସିବ।କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇ ପାରେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମକର:-ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପରୋପକାର ଓ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ବିଗିଡି ଯାଇଥିବା କାର୍ଯ୍ୟକୁ ସୁଧାରି ପାରିବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। ଶରିର ସୁସ୍ଥ ରହିବ। ରାଜନେତାମାନଙ୍କର ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଅଚାନକ ଧନପ୍ରାପ୍ତି ହେବ। ଛାତ୍ର ଛାତ୍ରୀ ମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
