ମେଷ:-ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଶାରିରୀକ ଓ ମାନସିକ ସୁସ୍ଥତା ଅନୁଭବ କରିବା ସହ ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ବଢିବ। ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବ ଓ ସ୍ୱାସ୍ଥ୍ୟ ଠିକ୍ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ବୃଷ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ରମାନେ ଅଧ୍ୟୟନରେ ବହୁତ ଭଲ କରିବେ ଓ ମନ ବହୁତ ଶାନ୍ତ ହେବ। ଅଧସ୍ତନ କର୍ମଚାରୀଙ୍କ ସାହାଯ୍ୟରେ, କର୍ମକ୍ଷେତ୍ରରେ ଆପଣ ମାନସମ୍ମାନ ପାଇବେ। ବିଦେଶ ଭ୍ରମଣ କରିବାର ସମ୍ଭାବନା ଅଛି। ଘରେ ଖୁସିର ବାତାବରଣ ଦେଖା ଦେବାସହ ପିଲାମାନେ ପ୍ରାଚୀନମାନଙ୍କ ସହିତ ସମୟ ବିତାଇବେ। କ୍ରିଡାକ୍ଷେତ୍ରରେ ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଗୃହୋପକରଣ କ୍ରୟ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ରାଜନୀତି କ୍ଷେତ୍ରରେ ତଳ ମହଲରୁ ଆଶାତୀତ ଲାଭ ପାଇ ମୁଣ୍ଡ ଉଚ୍ଚ ରହିବ ଓ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।
ସିଂହ:-କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଉପରିସ୍ଥ ଅଧିକାରୀଙ୍କ ସହିତ ଭଲ ସମ୍ପର୍କ ରହିବ। ସରକାରୀ କର୍ମଚାରୀ ମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରି ପାରନ୍ତି। ଧାର୍ମିକ କାର୍ଯ୍ୟରେ ରୁଚି ବଢିବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଛାତ୍ର ଛାତ୍ରୀ ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରି ପାରିବେ ନାହିଁ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ ନତୁବା କଷ୍ଟ ସହିବାକୁ ପଡିବ।ଘରୁ ନବାହାରିବା ଭଲ। ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବା ସହ ସମସ୍ତ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅଟକି ଯାଇଥିବା କାମକୁ ପୁନରାୟ ଚାଲୁ କରିବାର ସୁଯୋଗ ପାଇ ଖୁସିହେବେ। ବ୍ୟାଙ୍କିଙ୍ଗ୍ ଏବଂ ଫାଇନାନ୍ସ ସହିତ ଜଡିତ ଲୋକମାନେ ଏହି କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ଯାଉଛନ୍ତି। ଆପଣ ନୂତନ ପୋଷାକ ଏବଂ ଅଳଙ୍କାର କିଣି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ପାଇବେ। କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ। ଚଳଚ୍ଚିତ୍ର ବ୍ୟବସାୟ ସହିତ ଜଡିତ ଲୋକମାନେ ଉଚ୍ଚ ଆର୍ଥିକ ଲାଭ କରିପାରିବେ। ଆପଣଙ୍କୁ ନୂତନ କାର୍ଯ୍ୟରେ ନିୟୋଜିତ ହେବାକୁ ପଡିପାରେ। ସେୟାର ବଜାରରେ ବିନିଯୋଗ କଲେ ଭଲ ଟଙ୍କା ରୋଜଗାର ହେବ। ମାର୍କେଟିଂ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କ ଆୟ ବୃଦ୍ଧି ପାଇପାରେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମକର:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପୁରୁଣା ସମ୍ପର୍କରୁ ଆପଣ ଉପକୃତ ହେବେ। ପ୍ରତିକାର- କଳା ରୁମାଲ ଟିଏ ପାଖରେ ରଖନ୍ତୁ।
କୁମ୍ଭ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟା ସମାଧାନ ହୋଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ସହକର୍ମୀ, ଉଚ୍ଚାଧିକାରୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବିଦେଶ ଯାତ୍ରାରେ ସଫଳ ହେବାସହ ଉତ୍ସାହ ଉଲ୍ଲାସରେ ଆଜି ସମୟ ଅତିବାହିତ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ମୀନ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ବ୍ୟବସାୟୀମାନେ କଠିନ ପରିଶ୍ରମ କରି ପ୍ରଚୁର ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀଙ୍କ ସହଯୋଗରେ ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।