ଦୈନିକ ରାଶିଫଳ: 11 ଜୁଲାଇ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଶିକ୍ଷା କିମ୍ବା ସଙ୍ଗଠନ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ବଢିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ସୁଧାର ଆସିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ ଜୟଯୁକ୍ତ ହେବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ।ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ ଓ ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସହକର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପରିଶ୍ରମର ସୁଫଳ ଭୋଗ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ଆର୍ଥିକସ୍ଥିତିରେ ସୁଧାର ଆସିବ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଦୂରେଇ ଯିବାସହ ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସକଳ କାର୍ଯ୍ୟରେ ସଫଳ, ସୁଖ, ସମ୍ପତ୍ତି ଲାଭ, ମିଷ୍ଠାନ୍ନ ଭୋଜନପ୍ରାପ୍ତି, ଉଚ୍ଚଆଶା ପୂରଣ ହେବା ସହ ବନ୍ଧୁମିତ୍ରଙ୍କର ସାହାଯ୍ୟ ପ୍ରାପ୍ତି ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହୋଇପାରେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଭୂଜାତଦ୍ରବ୍ୟ, ଖଣିଜ ପଦାର୍ଥ, ଯାନବାହନ ଓ ଯାତାୟତ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ପ୍ରଶଂସିତ ହେବେ। ଗୃହସମସ୍ୟା ସମାଧାନ ହୋଇ ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। କୀର୍ତ୍ତୀ ଓ ମାନପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ଶାରୀରିକ କଷ୍ଟ ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବା ସହ ପଦୋନ୍ନତି ମଧ୍ୟ ପାଇପାରନ୍ତି। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!