ମେଷ:-ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। କର୍ମକ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମିଥୁନ:-ସରକାରୀ କାମରେ ସଫଳତା ପାଇବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ବନ୍ଧୁଙ୍କ ଆଗମନ ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବିଦ୍ୟାରେ ଉନ୍ନତି କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କୋର୍ଟ କଚେରୀ ସମ୍ବନ୍ଧିୟ ସମସ୍ୟା ଦେଖା ଦେଇପାରେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ତୁଳା:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବୃଦ୍ଧି ହେବ। କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ସରକାରୀ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ରାଜନୀତିରେ ସଫଳତା ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ। ପରିବାରରେ ମାନ ମନାନ୍ତର ଦୂର ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରି ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମକର:-କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ଶତୃମାନେ ଦୂରେଇ ଯିବେ ଓ ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଆୟ ମଧ୍ୟ ଉତ୍ତମ ରହିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଅଚାନକ ଧନପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଜାଗା, ଜମି, ବାସଗୃହ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ବ୍ୟବସାୟରେ ଉନ୍ନତି କରିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।