ଦୈନିକ ରାଶିଫଳ: 12 ସେପ୍ଟେମ୍ବର 2025, ମା ଲକ୍ଷ୍ମୀଙ୍କ କୃପାରୁ ଏହି 4 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ ସୁସ୍ଥତା ଦେଖାଦେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଯେତେ ଜଟିଳ ଥିଲେ ମଧ୍ୟ ଅଫିସ୍ ପରିସ୍ଥିତିକୁ ସହଜରେ ସମାଧାନ କରି ପାରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ଯୋଗେ ଉନ୍ନତମାନର ଫଳ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବା ସହ ବ୍ୟବସାୟରେ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ପାରିବାରିକ କ୍ଷେତ୍ରରେ ଅନେକ କାର୍ଯ୍ୟର ସମାଧାନ ହୋଇ ଶାନ୍ତି ବିରାଜମାନ କରିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଖୁସିହେବେ। ସାମାଜିକ କାର୍ଯ୍ୟରେ ସଫଳତା ପାଇଁ ଗର୍ବ ଅନୁଭବ କରିବେ। ନୂତନବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାରକଲେ ଆଶାତିତ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବାସହ ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବାସହ ଆୟ ପନ୍ଥାର ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିକାର-ସବୁଜରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। କର୍ମକ୍ଷେତ୍ରରେ ସମନ୍ଵୟ ରକ୍ଷାକରିବା ଫଳରେ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୀତି ସହ ଜଡିତ ଲୋକମାଙ୍କର ମାନସମ୍ମାନ ବୃଦ୍ଧି ପାଇବ। ଜିଦ୍ଖୋର ମନୋଭାବ ଯୋଗେ କିଛି ଲୋକ ଆପଣଙ୍କ ଉପରେ କ୍ରୋଧିତ ହୋଇପାରନ୍ତି। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ଶାରିରୀକ ଅସୁସ୍ଥତା ଦୂରହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମ କ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶ ପାଇବେ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବିଦ୍ୟା କ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ବିଜୟ ପ୍ରାପ୍ତ ହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ପାରିବାରିକ ଜୀବନରେ ଅନ୍ୟସଦସ୍ୟ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବାସହ ମାନସିକ ଶାନ୍ତି ପାଇବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଅଚାନକ ଭାବରେ ସ୍ଥାନ ପରିବର୍ତ୍ତନ ହୋଇପାରେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ କାରଣ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ