ଦୈନିକ ରାଶିଫଳ: 13 ମଇ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିଦ୍ୟାର୍ଥୀମାନେ ପରିଶ୍ରମ କଲେ ପରିଶ୍ରମର ମୂଲ୍ୟ ଫେରିପାଇବେ। ବରିଷ୍ଠବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବାସହ ଧୈର୍ଯ୍ୟ ସହନ ଶୀଳତା କାଏମ ରହିବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବାସହ ମାନସିକ ସ୍ଥିତି ଭଲ ରହିବ। ଶତୃମାନେ ପରାଜିତ ହେବେ ଓ ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେସଫଳ ହେବେ। ସହକର୍ମୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରି କର୍ମକ୍ଷେତ୍ରରେ ପଦୋନ୍ନତିିର ରାସ୍ତା ପରିଷ୍କାର କରି ପାରିବେ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାମାଜିକ ପତିଆରା ଅମଳିନ ରହିବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ କଷ୍ଟରେ ସାଧିତ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଛାତ୍ରଛାତ୍ରୀ ମାନେ ଅଯଥାରେ ସମୟ ନଷ୍ଟ କରିପରାନ୍ତି। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିଲେ ସମସ୍ତ କ୍ଷେତ୍ରରେ ରକ୍ଷା ପାଇବେ ନିଶ୍ଚିତ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ।ନୂତନ ଦ୍ରବ୍ୟ କ୍ରୟ ନକରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ଦୂରଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକୂଳ ପରିସ୍ଥିତି ଦୂରେଇଯାଇ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:-ସାମାଜିକ ସ୍ତରରେ ପ୍ରଶଂସିତ ହେବାସହ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବାସହ ନୂତନ ସଂସ୍ଥାର ଆୟୋଜନ କରି ପାରନ୍ତି। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି କରିବାସହ ବିଶେଷ ଲାଭବାନ୍ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ ଓ ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ।ଉଚ୍ଚ ଆଶା ସଫଳହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ବନ୍ଧୁ ମିତ୍ରଙ୍କର ସମ୍ପୂର୍ଣ୍ଣ ସହଯୋଗ ପାଇ ଶାନ୍ତିଭାବରେ କାମ ପୂରଣ ହେବ। ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ମାଲିମୋକଦ୍ଦମାରେ ବିଜୟୀହେବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ରାଜନୈତିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। କେତେକ ବ୍ୟବସାୟୀ ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ସହଜରେ କରି ପାରିବେ। ବିଦ୍ୟାର୍ଥୀ ମାନେ ପଢ଼ାପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ଆତ୍ମୀୟ ମାନେ ଭିତରେ ଭିତରେ ଚେର କାଟିପାରନ୍ତି। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସନ୍ତାନଙ୍କର ସୁସମ୍ବାଦ ପାଇ ଆନନ୍ଦିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବାସହ କ୍ୟାରିୟରକୁ ନେଇ ମନ ଖୁସି ରହିବ। ଆୟ ଉପାର୍ଜ୍ଜନ ବୃଦ୍ଧିହେବା ଫଳରେ ଅଭାବ ଅନାଟନ ଦୂରେଇ ଯିବ। ବ୍ୟବସାୟରେ ଉନ୍ନତି ହୋଇ ଭଲଲାଭ ପାଇବେ। ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବାଯୋଗେ କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!