ମେଷ:-ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ପାଇବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଶତୃମାନେ ଦୂରେଇ ଯିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବୃଷ:-କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ବାପା ଓ ପରିବାରର ଅନ୍ୟ ସଦସ୍ୟ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର୍ କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସାମାଜିକ, ଆଧ୍ୟାତ୍ମିକ ଓ ଧାର୍ମିକକାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିବେ ଓ ବ୍ୟବସାୟର ସ୍ଥିତି ସନ୍ତୋଷ ଜନକ ହେବ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବାସହ କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ। ବ୍ୟବସାୟରେ ସଫଳତା ହାସଲ କରିବା ସହ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭମଧ୍ୟ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ। ସମ୍ପର୍କୀୟ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ। ନିଜର ଯୋଜନା ମୁତାବକ କାମକରିଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଶାରୀରିକ ଅସୁସ୍ଥତା ଅନୁଭବ କରିବା ସହ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇ ପାରନ୍ତି। ଆର୍ଥିକ ସ୍ଥିତି ଦୁର୍ବଳ ହେବ। ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ବିଚ୍ଛା:-ଶାରିରୀକ ଅସୁସ୍ଥତା ଦୂରହେବା ସହ ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିଯୋଗିତାରେ କୃତିତ୍ଵ ଲାଭ କରିବେ ଓ ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ଓ ପାରିବାରିକ ଜୀବନ ସୁଖମୟ ହେବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ଜାଗା, ଜମି କ୍ରୟ କରିବାର ସୁବିଧା ପାଇବେ। ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହୋଇ ପାରିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ଧନୁ:-ମାନସିକସ୍ଥିତି ସୁଦୃଢ ହେବାସହ ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ। ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଗୃହସ୍ଥ ଜୀବନରେ ଅସୁବିଧା ହୋଇପାରେ, ତେଣୁ ଧ୍ୟାନ ଦେବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମକର:-ସରକାରୀ କାମରେ ସଫଳତା ମିଳିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବାସହ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବା ସହ ସମ୍ମାନର ଆଧିକାରି ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବାସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗୃହରେ ଶାନ୍ତି ବିରାଜମାନ କରିବ। ବ୍ୟବହାର ଦ୍ୱାରା ବ୍ୟବସାୟରେ ବହୁତ ଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇ ମାନସିକସ୍ଥିତି ସୁଦୃଢ ହେବାସହ ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ପରିବାର ସମ୍ବନ୍ଧୀୟ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଶାରିରୀକ ଅସୁସ୍ଥତା ଦୂରହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। କାର୍ଯ୍ୟକ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମୀନ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇ ପାରିବାରିକସ୍ତର ହସ ଖୁସିରେ କଟିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିବାସହ କର୍ମକ୍ଷେତ୍ରରେ ଉନ୍ନତି ହେବ। ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ବ୍ୟବସାୟରେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
