ଦୈନିକ ରାଶିଫଳ: 14 ଜୁନ୍ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ସମାଜ ସେବା ଓ ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ବରିଷ୍ଠ ବ୍ୟକ୍ତିଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରିକ୍ଷାରେ ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇବେ ଓ ଉଚିତ୍ ପନ୍ଥା ଗ୍ରହଣ କଲେ ରୋଜଗାର ସମସ୍ୟା ସୁଧୁରି ଯିବ।କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ଦୂର ସ୍ଥାନକୁ ଯାତ୍ରା କରିବେ ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟ ବାଣିଜ୍ୟରେ ସୁଫଳ ପ୍ରାପ୍ତିହେବ। କେହି କୌଣସି କ୍ଷତି କରି ପାରିବେ ନାହିଁ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ ହେବାସହ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ପ୍ରଚୁର ଲାଭ କରି ପାରିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ରାଜନୀତି ମାମଲାରେ ସଫଳତା ମିଳିବ। ସନ୍ତାନର ଉଚ୍ଚଶିକ୍ଷା ପାଇଁ ଦୂରଯାତ୍ରା କରିବାକୁ ପଡ଼ିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ବ୍ୟବସାୟକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହୋଇ ଶରୀର ସୁସ୍ଥ ରହିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଅନେକ ଦିଗରୁ ଖୁସି ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ। ନୂତନ କାର୍ଯ୍ୟରେ ଉନ୍ନତି ହେବ। କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ସ୍ଥଗିତଥିବା କର୍ମଟି ପୂରଣ କରି ପାରନ୍ତି। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ପାଖ ପଡୋଶୀମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହେବ ଓ ଗୃହରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!